ଭୁବନେଶ୍ୱର ସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରିସରରେ ଦୀର୍ଘ ୧୦୮ ଫୁଟର ବିଶାଳ ଜାତୀୟ ପତାକା ଲୋକାର୍ପିତ ହୋଇଛି । ଜିନ୍ଦଲ ସିଏସଆର ଫଣ୍ଡ ତଥା ଫ୍ଲାଗ ଫାଉଣ୍ଡେସନ ଅଫ ଇଣ୍ଡିଆ ତରଫରୁ ଏହି ଜାତୀୟ ପତାକା ବିଶ୍ୱବିଦ୍ୟାଳୟକୁ ପ୍ରଦାନ କରାଯାଇଛି । କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପତାକା ଉତ୍ତୋଳନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଶ୍ୱବିଦ୍ୟାଳୟ କୂଳପତି ପ୍ରଫେସର ଅପରାଜିତା ଚୌଧୁରୀଙ୍କ ସମେତ ଅନ୍ୟ ଅଧିକାରୀ, ପ୍ରଫେସର ଉପସ୍ଥିତ ଥିଲେ ।
Related Posts
ଭୁବନେଶ୍ବର କ୍ଲବ ସଭାପତି ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା
ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଭୁବନେଶ୍ବର କ୍ଲବ ସଭାପତି ନିର୍ବାଚରେ ବିଜୟୀ ହୋଇଛନ୍ତି । ପ୍ରଥମ ଥର…
ପାଠ୍ୟ ପୁସ୍ତକ ତ୍ରୁଟି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଆକ୍ସନ। ଏହି ଘଟଣାକୁ ଗୁରୁତର ସହ ନେଇ…
ଖରାକୁ ଖାତିର ନକରି ଜନସାଧାରଣଙ୍କ ଗହଳିରେ କିଛି କ୍ଷଣ ବିତାଇଲେ ରାଷ୍ଟ୍ରପତି
ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ରାଉରକେଲା ଅଭିମୁଖେ ଯାତ୍ରା…

