ଅବପାତର ରୂପ ନେଲା ଲଘୁଚାପ

ବଙ୍ଗୋପସାଗରରେ ଥିବା ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେଇଛି । ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଗତକାଲିଠୁ ବର୍ଷା ଲାଗି ରହିଛି । ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି ।

ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବନା ରହିଛି । ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିବ । ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହାର ୨ ଦିନ ପରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ୨ରୁ ୪ ଡିଗ୍ରୀକୁ ପାରଦ କମି ଶୀତର ପ୍ରଭାବ ପଡ଼ିବା ସମ୍ଭାବନା ଥିବା କହିଛି ପାଣିପାଗ କେନ୍ଦ୍ର । ତେଣେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଜିଲ୍ଲା ଚିକିଟିରେ ସବୁଠାରୁ ଅଧିକ ୩୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ୧୨.୮, କାଶୀନଗରରେ ୧୨.୬, ନୂଆଗଡ଼ରେ ୧୧.୮ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

Post Views72 Total Count

Apply Now


This will close in 0 seconds

error: Content is protected !!