ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ହେବ ସେ ହୃଦରୋଗ ଯୋଗୁ ଅସୁସ୍ଥ ଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲ ନେଇଥିଲେ। ସେଠାରେ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ମୃତ ଘୋଷଣା କରିଛନ୍ତି।

ମୃତ ବିଧାୟକ ମହାନ୍ତି ବିଜେଡି ଟିକେଟ୍ରୁ ଦୁଇଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ୨୦୦୯ ଏବଂ ୨୦୧୪ରେ ଭୁବନେଶ୍ୱର ମଧ୍ୟ ଆସନରୁ ଜିତିଥିଲେ।

ତାଙ୍କ ଦେହାନ୍ତ ଖବର ଶୁଣି ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

Post Views1 Total Count

Apply Now


This will close in 0 seconds

error: Content is protected !!