ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ୯ଟି ଦାବି ରଖିଛନ୍ତି। ଓଡ଼ିଶାର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଅଧିକ ଅର୍ଥର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିବା କହିଛନ୍ତି।

ସେହିପରି ପୁଞ୍ଜି ନିବେଶ ପାଇଁ ସ୍ବତନ୍ତ୍ର ଆର୍ଥିକ ସହାୟତା, ସହରୀକରଣ ପାଇଁ ମାଷ୍ଟରପ୍ଲାନ ସହାୟତା, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିବା ସୂଚନା ଦେଇ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ପ୍ରସ୍ତାବ ରଖିଛନ୍ତି, ଗୋପାଳପୁରରେ ସ୍ବତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଆବଶ୍ୟକତା ରହିଛି। ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରରେ ଅଧିକ ପୁଞ୍ଜି ନିବେଶ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଦେବାକୁ କେନ୍ଦ୍ର ନିକଟରେ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ଏହାବ୍ୟତୀତ ଜଳ ଜୀବନ ମିଶନ ଅଧୀନରେ ଅଧିକ ଅର୍ଥ ଏବଂ ବାକି ପଡ଼ିଥିବା ପ୍ରକଳ୍ପଗୁଡ଼ିକର ଅଗ୍ରଗତି ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଇବାକୁ ପ୍ରାକ୍ ବଜେଟ ପ୍ରସ୍ତୁତି ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ରଖିଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୨୫-୨୬ ଆର୍ଥିକ ବର୍ଷର ପ୍ରାକ୍ ବଜେଟ ପ୍ରସ୍ତୁତି ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ ରାଜ୍ୟର ଅର୍ଥମନ୍ତ୍ରୀମାନେ ଯୋଗ ଦେଇଥିବା ବେଳେ ଓଡ଼ିଶାରୁ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ଟିମ୍ ଯୋଗଦେବାକୁ ଗସ୍ତ କରିଛନ୍ତି।

Post Views38 Total Count

Apply Now


This will close in 0 seconds

error: Content is protected !!