ବଢ଼ିଲା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ରାଜ୍ୟ ସରକାର ବଢ଼ାଇଛନ୍ତି। ତାଙ୍କ କାର୍ଯ୍ୟକାଳକୁ ଆଉ ବର୍ଷେ ବଢ଼ାଇ ଦେଇଛନ୍ତି। ଫଳରେ ୨୦୨୬ ଜାନୁଆରୀ ୧ ତାରିଖ  ପର୍ଯ୍ୟନ୍ତ ସେ ଏହି ପଦବୀରେ କାର୍ଯ୍ୟ କରିବେ। ଆସନ୍ତା ୩୧ ତାରିଖରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରୁଥିଲା।

ବିଜେପି ସରକାର ଗଠନ ପରେ ଜୁନ ୩୦ରେ ସରିଥିଲା ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ। ଆଉ ସେତେବେଳେ ଡେପୁଟେସନରୁ ଆସି ମୁଖ୍ୟ ସଚିବ ପଦରେ ବସିଥିଲେ ମନୋଜ ଆହୁଜା।ମାତ୍ର ୬ ମାସ ଭିତରେ ନୂଆ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବାରେ ସଫଳ ହୋଇଛନ୍ତି ମନୋଜ ଆହୁଜା। ବିଶେଷ କରି ବିଜେପିର ନିର୍ବାଚନୀ ପ୍ରତିଶ୍ରୁତି ଗୁଡ଼ିକୁ ପୂରଣ କରିବାରେ ବଡ଼ ଭୂମିକା ନିଭାଇଛନ୍ତି।

ଏ ଭିତରେ ରାଜ୍ୟରେ ପ୍ରଥମ ଥର ନାଭାଲ ଡେ, ଡିଜି ସମ୍ମିଳନୀର ସଫଳ ଆୟୋଜନ ହୋଇଥିବା ବେଳେ ଆଗକୁ ପ୍ରବାସୀ ଭାରତୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି।

Post Views3 Total Count

Apply Now


This will close in 0 seconds

error: Content is protected !!