ଏହି କାରଣରୁ ଶନିବାର ହେବ ଡ. ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର

ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଦେହାନ୍ତ ହୋଇଥିଲା | ତାଙ୍କ ଦେହାନ୍ତ ପରେ ଭାରତ ଜଣେ ଦୂରଦର୍ଶୀ ନେତା, ବିଶ୍ୱପ୍ରସିଦ୍ଧ ଅର୍ଥନୀତିଜ୍ଞ ଏବଂ ଅତୁଳନୀୟ ନିଷ୍ଠାର ସହ ଦେଶର ସେବା କରିଥିବା ରାଜନେତାଙ୍କୁ ହରାଇଥିଲା । ଗୁରୁବାର ତାଙ୍କର ଦେହାନ୍ତ ହୋଇଥିବା ବେଳେ ଶୁକ୍ରବାର ପରିବର୍ତ୍ତେ ଶନିବାର ତାଙ୍କର ଅନ୍ତିମ ସଂସ୍କାର ହେବ ବୋଲି ଜଣାପଡିଛି | ଏହାର କାରଣ ହେଉଛନ୍ତି ତାଙ୍କ ଝିଅ | ଆମେରିକାରେ ରହୁଥିବା ତାଙ୍କ ଝିଅ ଭାରତରେ ପହଞ୍ଚିବା ପାଇଁ ଶୁକ୍ରବାର ମଧ୍ୟରାତ୍ର ହେବ | ଏହି କାରଣରୁ ଶନିବାର ସକାଳେ ହିଁ ଡ. ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର ହେବ ବୋଲି ଜଣାପଡିଛି |

ସୂଚନାନୁସାରେ, କଂଗ୍ରେସ ମୁଖ୍ୟାଳୟରେ ଶନିବାର ସକାଳ ୮ରୁ ୧୦ଟା ମଧ୍ୟରେ ଡ. ମନମୋହନ ସିଂହଙ୍କୁ ଶେଷ ସମ୍ମାନ ଦେବା ପାଇଁ ଜନସାଧାରଣଙ୍କୁ ସୁଯୋଗ ଦିଆଯିବ। ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କ ସମେତ ଦଳର ପ୍ରମୁଖ ନେତାମାନେ ଏହି ସମୟରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ଏହା ପରେ ତାଙ୍କ ପାର୍ଥିବ ଶରୀରକୁ ଶ୍ମଶାନ ନିଆଯିବ |

ଉଲ୍ଲେଖଯୋଗ୍ୟ, ଭାରତୀୟ ଅର୍ଥନୀତିର ନିରନ୍ତର ଅଭିବୃଦ୍ଧି ପାଇଁ ତାଙ୍କର ବଳିଷ୍ଠ ଅବଦାନ ରହିଛି। ତାଙ୍କର ବୁଦ୍ଧି, ଦୂରଦୃଷ୍ଟି ଓ ଭାରତର ସେବା ପ୍ରତି ଅତୁଟ ପ୍ରତିବଦ୍ଧତା ଦେଶକୁ ବିଭିନ୍ନ କ୍ଷେତ୍ରରେ ସମୃଦ୍ଧ କରିଛି। ଡ. ମନମୋହନ ସିଂହ ଏକାଧାରରେ ଜଣେ ରାଜନୀତିଜ୍ଞ, ଅର୍ଥନୀତିଜ୍ଞ, ଶିକ୍ଷାବିତ୍ ଓ ପ୍ରଶାସନିକ ଅଧିକାରୀ, ଯିଏ କି ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ଜବାହରଲାଲ ନେହରୁ, ଇନ୍ଦିରା ଗାନ୍ଧୀ ଓ ନରେନ୍ଦ୍ର ମୋଦୀଙ୍କ ପରେ ସେ ହେଉଛନ୍ତି ଚତୁର୍ଥ ସର୍ବାଧିକ ସମୟ ଧରି କ୍ଷମତାରେ ରହିଥିବା ପ୍ରଧାନମନ୍ତ୍ରୀ। ଭାରତୀୟ ଜାତୀୟ କଂଗ୍ରେସର ସଦସ୍ୟ ଥିବା ସିଂହ ଭାରତର ପ୍ରଥମ ଶିଖ୍ ପ୍ରଧାନମନ୍ତ୍ରୀ ଥିଲେ। ଜବାହରଲାଲ ନେହରୁଙ୍କ ପରେ ସେ ହେଉଛନ୍ତି ପ୍ରଥମ ପ୍ରଧାନମନ୍ତ୍ରୀ ଯିଏ କି ପୂରା ପାଞ୍ଚ ବର୍ଷର କାର୍ଯ୍ୟକାଳ ପୂରଣ କରି ପୁନର୍ବାର ପ୍ରଧାନମନ୍ତ୍ରୀ ହୋଇଥିଲେ।

Post Views35 Total Count

Apply Now


This will close in 0 seconds

error: Content is protected !!