କ୍ଷତିଗ୍ରସ୍ତ ଚାଷୀଙ୍କ ସହ ଆଲୋଚନା କଲେ ବିରୋଧି ଦଳ ନେତା ନବୀନ

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଗଜା ଧାନ ଦେଖାଇ କାନ୍ଦି ପକାଇଲେ ଗଞ୍ଜାମର ଚାଷୀ। ନିଜ ନିଜର ଦୁର୍ଦ୍ଦଶା କଥା ନବୀନଙ୍କ ଆଗରେ ଗୁହାରୀ କରଛନ୍ତି ସେମାନେ। ଏହି ସମୟରେ ଅନେକ ମହିଳା, ଏପରିକି ପୁରୁଷମାନେ ବି କୋହ ସମ୍ଭାଳି ନ ପାରି କାନ୍ଦି ପକାଇଥିଲେ। ଚାଷୀଙ୍କ ସହିତ ଆଲୋଚନା କରିବା ବେଳେ ନବୀନ ପଟ୍ଟନାୟକ କହିଛନ୍ତି, ଅଦିିନିଆ ବର୍ଷାରେ ଚାଷୀଙ୍କ ବ୍ଯାପକ କ୍ଷତି ହୋଇଛି। ସେମାନଙ୍କୁ କ୍ଷତିପୂରଣ ଦିଆଯାଉ ବୋଲି ଦାବି କରିଛନ୍ତି ନବୀନ ପଟ୍ଟନାୟକ।

ଅଦିିନିଆ ବର୍ଷାରେ ଗଞ୍ଜାମ ଜିଲ୍ଲାରେ ବ୍ୟାପକ ଫସଲ ହାନୀ ହୋଇଛି। ଏହାର ଅନୁଧ୍ୟାନ କରିବାକୁ ଆଜି ସେ ଗଞ୍ଜାମ ଯାଇଛନ୍ତି। ଶେରଗଡ଼ରେ ପ୍ରଥମେ ପହଞ୍ଚିବା ପରେ ସେ ତାକରଡ଼ା ଅଞ୍ଚଳର ଚାଷୀଙ୍କ ସହିତ ଆଲୋଚନା କରିଥିଲେ। ପରେ ପରେ ସେ ହିଞ୍ଜିଳି ବ୍ଲକର ପୋଡ଼ିଙ୍ଗି ଯାଇଥିଲେ। ସେଠାରେ ଚାଷୀଙ୍କ ଦୁଃଖ ବୁଝିଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

Post Views32 Total Count

Apply Now


This will close in 0 seconds

error: Content is protected !!