ଆସନ୍ତା ମାସ ୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ

ଆସନ୍ତା ମାସ ୨୦ ତାରିଖରୁ ଶ୍ରୀମନ୍ଦିରରେ ନୂଆବର୍ଷରୁ ଆରମ୍ଭ ହେବ ଧାଡ଼ି ଦର୍ଶନ। ଏନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍କେଟ ଛକ ଯାଏ ଧାଡ଼ି ହେବ। ଏହି ସମୟରେ ଶ୍ରଦ୍ଧାଳୁଙ୍କୁ ପିଇବା ପାଣି ଯୋଗାଇ ଦିଆଯିବ। ଏହାଛଡ଼ା ସେଠାରେ କୁଲର ଓ ଫ୍ୟାନ୍ ର ବ୍ୟବସ୍ଥା ବି କରାଯିବ। ଭିନ୍ନକ୍ଷମ ଓ ବୟସ୍କମାନଙ୍କ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି।୨୦ ତାରିଖରୁ ଶ୍ରୀମନ୍ଦିରରେ ନୂଆବର୍ଷରୁ ଆରମ୍ଭ ହେବ ଧାଡ଼ି ଦର୍ଶନ। ଏନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍କେଟ ଛକ ଯାଏ ଧାଡ଼ି ହେବ। ଏହି ସମୟରେ ଶ୍ରଦ୍ଧାଳୁଙ୍କୁ ପିଇବା ପାଣି ଯୋଗାଇ ଦିଆଯିବ। ଏହାଛଡ଼ା ସେଠାରେ କୁଲର ଓ ଫ୍ୟାନ୍ ର ବ୍ୟବସ୍ଥା ବି କରାଯିବ। ଭିନ୍ନକ୍ଷମ ଓ ବୟସ୍କମାନଙ୍କ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଧାଡ଼ିଦର୍ଶନ ପାଇଁ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଲିମିଟେଡ୍ (ଓବିସିସି) ପକ୍ଷରୁ ନାଟମଣ୍ଡପରେ ୬ଥାକିଆ କାଠ ରାମ୍ପ ନିର୍ମାଣ ଚାଲିଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ନିର୍ମାଣ ଚାଲିଥିବା କାଠ ରାମ୍ପକୁ ବୁଲି ଦେଖିବା ସହ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।

Post Views3 Total Count

Apply Now


This will close in 0 seconds

error: Content is protected !!