ଆଜି ଶପଥ ନେଲେ ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି। ଶପଥ ପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି । ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବରେ ତାଙ୍କୁ ନିଯୁକ୍ତି ମିଳିଥିଲା। ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବରେ ତାଙ୍କୁ ନିଯୁକ୍ତି ମିଳିଥିଲା। ଗତକାଲି ଭୁବନେଶ୍ବରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା । ନୂଆ ରାଜ୍ୟପାଳଙ୍କୁ ସ୍ବାଗତ କରିଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ।
ଭୁବନେଶ୍ବରରୁ ସେ ପୁରୀ ଯାଇଥିଲେ। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ ନେଇଥିଲେ ଡକ୍ଟର ହରିବାବୁ ଓ ତାଙ୍କ ପରିବାର। ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ଉନ୍ନତି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିବା କହିଛନ୍ତି ନୂଆ ରାଜ୍ୟପାଳ। ଗତକାଲି ପୁରୀ ରାଜଭବନରେ ରାତ୍ରିଯାପନ ପରେ ଆଜି ଭୁବନେଶ୍ବର ଫେରି ରାଜଭବନରେ ଶପଥ ଗ୍ରହଣ କରିଛନ୍ତି ।

