ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ ଆବେଦନକାରୀ ମହିଳାଙ୍କୁ । ଗତକାଲି ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ ।
ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ୨ଟି କିସ୍ତି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ସେହିପରି ମଧୁବାବୁ ଭତ୍ତା ଯୋଜନା ଏବଂ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଅଧିନରେ ୮୦ ବର୍ଷ କିମ୍ବା ତା’ଠୁ ବୟସ୍କ ଭତ୍ତା ହିତାଧିକାରୀ ଏବଂ ଶତକଡ଼ା ୮୦ ପ୍ରତିଶତ କିମ୍ବା ତା’ଠୁ ଅଧିକ ଭିନ୍ନକ୍ଷମ ଥିବା ହିତାଧିକାରୀଙ୍କ ଭତ୍ତା ରାଶି ୩ ହଜାର ୫ଶହ ଟଙ୍କାକୁ ବୃଦ୍ଧି କରାଯାଇଛି ।

