ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। ୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ଶ୍ରୀ ସାହୁଙ୍କୁ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେସନରେ ଆସିଥିବା ମନୋଜ ସାହୁ ଏବେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଅଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟରେ ସରକାର ବଦଳିବା ପରେ ପ୍ରଶାସନିକ ସ୍ତରରେ ନବକଳେବ ପାଇଁ ଉଦ୍ୟମ ଜାରି ରହିଛି। ପ୍ରାୟ ୭ ମାସ ଭିତରେ ଏକାଧିକ ଥର ଆଇଏଏସ୍‌, ଆଇପିଏସ୍‌, ଓଏଏସ୍‌, ଓପିଏସ୍‌ ଅଧିକାରୀଙ୍କ ସମେତ ଅନ୍ୟ ସରକାରୀ କର୍ମଚାରୀଙ୍କ ବଦଳି ପ୍ରକ୍ରିୟା ଜାରି ରହିଛି।ମଜୋନ ସାହୁ ଗତ ନଭେମ୍ବର ୧୭ ତାରିଖ ଠାରୁ କେନ୍ଦ୍ରୀୟ ଡେପୁଟେସନରେ ଓଡ଼ିଶା କ୍ୟାଡରକୁ ଆସିଛନ୍ତି। ସେ ତିନିବର୍ଷ ପର୍ଯ୍ୟନ୍ତ ଇଣ୍ଟର-କ୍ୟାଡେଟ୍ ଡେପୁଟେସନରେ ଥିଲେ। ମନୋଜଙ୍କୁ ଓଡ଼ିଶା କ୍ୟାଡରରେ ନିଯୁକ୍ତି ଦେବାକୁ କେନ୍ଦ୍ର ସରକାରଙ୍କ ପାଖରେ ରାଜ୍ୟ ସରକାର ଅନୁରୋଧ କରିଥିଲେ।

ଆଇଏଏସ୍ ମନୋଜ କୁମାର ସାହୁ ଜଗତପୁରସିଂହ ଜିଲ୍ଲା ବାଲିକୁଦା ବ୍ଲକ୍ ସିଙ୍ଗାପୁର ଗ୍ରାମର ମୂଳ ବାସିନ୍ଦା ଅଟନ୍ତି। ସେ ହେଉଛନ୍ତି ଅରୁଣାଚଳ ପ୍ରଦେଶ କ୍ୟାଡର୍ ଆଇଏଏସ୍ ଅଧିକାରୀ। ଶ୍ରୀ ସାହୁ ଦିଲ୍ଲୀ ଡେପୁଟି ଇଲେକ୍ସନ କମିସନରଭାବେ ନିଯୁକ୍ତି ପାଇଥିଲେ। ଏହା ସହିତ ଦାଦ୍ରା ନଗର ହାବେଳୀ ଓ ଦାମନ ଜିଲ୍ଲା ମାଜିଷ୍ଟ୍ରେଟ୍ ଭାବେ ମଧ୍ୟ କାର୍ଯ୍ୟକରିଛନ୍ତି। ସେହିପରି ଅରୁଣାଚଳ ପ୍ରଦେଶର ୱେଷ୍ଟ

Post Views26 Total Count

Apply Now


This will close in 0 seconds

error: Content is protected !!