ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରିବେ ମମତା

ଆରଜି କର ମେଡିକାଲ କଲେଜ ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲାରେ କୋର୍ଟଙ୍କ ଫଇସଲାକୁ ନେଇ ପଶ୍ଚିମବଙ୍ଗ ସରକାର ଅସନ୍ତୋଷ ଜାହିର କରିଛନ୍ତି । ତଳ କୋର୍ଟଙ୍କ ନିଷ୍ପତ୍ତିକୁ ବିରୋଧ କରି ମମତା ସରକାର ହାଇକୋର୍ଟ ଯିବାକୁ ନିଷ୍ପତି ନେଇଛନ୍ତି। କୋର୍ଟଙ୍କ ଶୁଣାଣୀ ନେଇ ଅସନ୍ତୁଷ୍ଟ ପ୍ରକାଶ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ମମତା କହିଛନ୍ତି ଯଦି ମାମଲାର ତଦନ୍ତ କୋଲକାତା ପୁଲିସ କରିଥାନ୍ତା ହୁଏତ ଦୋଷୀକୁ ଫାଶୀଦଣ୍ଡ ମିଳିଥାନ୍ତା ।

ଏଥିସହ ଟିଏମସି ମୁଖ୍ୟ କହିଛନ୍ତି ପ୍ରଥମ ଦିନରୁ ହିଁ ଆମେ ଦୋଷୀକୁ ଫାଶୀଦଣ୍ଡ ମିଳୁ ବୋଲି ଦାବି କରିଥିଲୁ କିନ୍ତୁ ସିବିଆଇର ତଦନ୍ତ ସନ୍ତୋଷଜନକ ନଥିଲା ଓ ଆଜି ଦୋଷୀକୁ ଫାଶୀଦଣ୍ଡ ଜାଗାରେ ଆଜୀବନ କାରାଦଣ୍ଡ ମିଳିଛି କହି ଅସନ୍ତୋଷ ପ୍ରକାଶ କରିଛନ୍ତି ମମତା ସେପଟେ କୋର୍ଟଙ୍କ ଫଇସଲାକୁ ବିରୋଧ କରି ଜୁନିୟର ଡାକ୍ତର ଜୋରଦାର ବିକ୍ଷୋଭ କରିଛନ୍ତି ।

କୋର୍ଟ ବାହାରେ ଶହଶହ ସଂଖ୍ୟକ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କୋର୍ଟଙ୍କ ଫଇସଲାରେ ପକ୍ଷପାତିତା ହୋଇଥିବା କହିଛନ୍ତି ବିକ୍ଷୋଭକାରୀ । ପୀଡିତାଙ୍କ ପରିବାରକୁ ୧୭ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ କୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯାହାକୁ ଗ୍ରହଣ କରିବେନି ବୋଲି କହିଛନ୍ତି ଅଭୟାଙ୍କ ପରିବାର । ମୃତ ପୀଡିତାଙ୍କ ବାପା କହିଛନ୍ତି ଆମକୁ ଟଙ୍କା ନୁହେଁ ନ୍ୟାୟ ଦରକାର ।

Post Views50 Total Count

Apply Now


This will close in 0 seconds

error: Content is protected !!