ସାଧାରଣତନ୍ତ୍ର ଦିବସରେ କେଉଁଠିକୁ ଯିବେ କେଉଁ ମନ୍ତ୍ରୀ

ଆସନ୍ତା ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ବିଭିନ୍ନ ଜିଲ୍ଲାରେ ହେବାକୁ ଥିବା ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ପାଇଁ ଅତିଥି ତାଲିକା ପ୍ରକାଶ ପାଇଛି । ଏହା ସହିତ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ମଧ୍ୟ ଲିଷ୍ଟ ଜାରି କରାଯାଇଛି । କଟକରେ ପତାକା ଉତ୍ତୋଳନ କରିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାବ୍ୟତୀତ ପୁରୀରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ବାକି ଖୋର୍ଦ୍ଧାରେ ଉତ୍ତୋଳନ କରିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ସେହିପରି ସୁନ୍ଦରଗଡ଼ରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ, ସୁବର୍ଣ୍ଣପୁରରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ, କୋରାପୁଟରେ ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ, ଜଗତସିଂହପୁରରେ କୃଷ୍ଣଚନ୍ଦ୍ର ପାତ୍ର, ଯାଜପୁରରେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ରାୟଗଡ଼ାରେ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଜପତିରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବାଲେଶ୍ଵରରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, କେନ୍ଦୁଝରରେ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ, ନୂଆପଡ଼ାରେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଢେଙ୍କାନାଳରେ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମାଲକାନଗିରିରେ ମତ୍ସ୍ୟସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ନୟାଗଡ଼ରେ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ଯୋଗ ଦେବେ।ଏତଦ୍ ବ୍ୟତୀତ ଅନଗୁଳ, ବାରିପଦା, ବରଗଡ଼, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ଦେଓଗଡ଼, ଛତ୍ରପୁର, ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର, ଏବଂ ଫୁଲବାଣୀରେ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିବେ।

Post Views52 Total Count

Apply Now


This will close in 0 seconds

error: Content is protected !!