କ୍ୟାବିନେଟରେ ୧୦ ପ୍ରସ୍ତାବକୁ ମଂଜୁରୀ

ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ। ଆଦର୍ଶ ବିଦ୍ୟାଳୟ ପ୍ରସ୍ତାବକୁ କ୍ୟାବିନେଟ ମୋହର। ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ନାମ ରହିବ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ବିକଶିତ ଗାଁ, ବିକଶିତ ଓଡ଼ିଶାକୁ ମଞ୍ଜୁରୀ। ଷୋଡ଼ଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରିବେ ସରକାର। କ୍ୟାବିନେଟ ବୈଠକ ପରେ ସମ୍ବୋଧନ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, 5T ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟ ସ୍କୁଲ ଯୋଜନା ଠିକ୍ ନଥିଲା। ଏଥିପାଇଁ ଡିପିଆର ପ୍ରସ୍ତୁତ ହୋଇନଥିଲା, କି ଏଷ୍ଟିମେଟ୍ ହୋଇନଥିଲା। ପିଲାମାନଙ୍କ ଭବିଷ୍ୟତ ପ୍ରତି ଏହା ଧୋକ୍କା ହୋଇଥିଲା। ତେଣୁ ଆଜି ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି ହେଲା। ଚଳିତ ବର୍ଷ ୧୧୪ଟି ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟରେ ଆରମ୍ଭ ହେବ। ପରବର୍ତ୍ତୀ ୪ ବର୍ଷରେ ଅନ୍ୟ ପଞ୍ଚାୟତମାନଙ୍କରେ ହେବ। ଏଥିପାଇଁ ରାଜ୍ୟ ସରକାର ୧୨ ହଜାର କୋଟି ଟଙ୍କା ବ୍ୟୟ କରିବେ। ମୋଟ ୬୭୯୪ ପଞ୍ଚାୟତରେ ଏପରି ଫିଡର ସ୍କୁଲ ଚିହ୍ନଟ କରାଯିବ। ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ, ଷୋଡ଼ଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରିବୁ। ଏନେଇ ରାଜ୍ୟ କ୍ୟାବିନେଟରେ ପ୍ରସ୍ତାବ ପାରିତ ହୋଇଛି। ଏହି ଅର୍ଥ ୨୦୨୬ ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ କରାଯିବ।

Post Views6 Total Count

Apply Now


This will close in 0 seconds

error: Content is protected !!