ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢ଼ୀଙ୍କୁ ମିଳିଛି ବଡ଼ ଦାୟିତ୍ୱ

ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢ଼ୀଙ୍କୁ ମିଳିଛି ବଡ଼ ଦାୟିତ୍ୱ। ସେ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତ ହୋଇଛନ୍ତି। ରାଜ୍ୟପାଳ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୭ରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ତାଙ୍କୁ  ସରକାର ରାଜ୍ୟର ନୂଆ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରିଛନ୍ତି ।

ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧ ବ୍ୟାଚ୍ ଆଇଏଏସ୍ ଅଫିସର ମଧୁସୂଦନ ପାଢୀ ବିଭିନ୍ନ ପଦବୀରେ ଓଡ଼ିଶା ସରକାରଙ୍କ ପାଇଁ କାର୍ଯ୍ୟ କରିସାରିଛନ୍ତି। ସେ ପରିବହନ କମିଶନର, ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗର ମୁଖ୍ୟ ସଚିବ ଭାବରେ ପ୍ରମୁଖ ପଦବୀରେ ଅବସ୍ଥାପିତ ହୋଇଥିଲେ। ଓମଫେଡ୍‌ର ପରିଚାଳନା ନିର୍ଦ୍ଦେଶକ, ଖାଦ୍ୟ ଯୋଗାଣ ବିଭାଗର ମୁଖ୍ୟ ସଚିବ ଭାବେ ବି କାର୍ଯ୍ୟ କରିଥିଲେ ମଧୁସୂଦନ ପାଢୀ।

Post Views6 Total Count

Apply Now


This will close in 0 seconds

error: Content is protected !!