ନିବେଶକ ସମ୍ମିଳନୀ ‘ଉତ୍କର୍ଷ ଓଡ଼ିଶା’ କନକ୍ଲେଭ୍ ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଦୁଇଦିନିଆ କନକ୍ଲେଭ୍ ରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍ପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ ଓ ଜୁଏଲ୍ ଓରାମ୍ ଉପସ୍ଥିତ ଅଛନ୍ତି।

ସୂଚନାଯୋଗ୍ୟ, ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ତାଙ୍କୁ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ ପ୍ରମୁଖ ତାଙ୍କୁ ସ୍ବାଗତ କରିଛନ୍ତି। ଏଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସିଧାସଳଖ ଜନତା ମଇଦାନକୁ ଯାଇଥିଲେ। ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ୍ଡ ଇନ୍ ଓଡ଼ିଶା ଓ ମହିଳା ଉଦ୍ୟମିତା ଉପରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହା ବ୍ୟତୀତ ସିଇଓ ରାଉଣ୍ଡ୍ଟଟେବୁଲ ମହିଳା ନେତୃତ୍ବ ରାଉଣ୍ଡ୍ଟଟେବୁଲ ଓ ଏଡିଟର୍ସ ରାଉଣ୍ଡ୍ଟଟେବୁଲ ଅନୁଷ୍ଠିତ ହେବ। ଫୋକସରେ ଥିବା ଦେଶଗୁଡ଼ିକୁ ମଧ୍ୟ ନେଇ ଏକ ସ୍ବତନ୍ତ୍ର ଅଧିବେଶନ ଆୟୋଜନ କରାଯିବ। କନକ୍ଳେଭ ର ପ୍ରଥମ ଦିନରେ ୫ଟି ଓ ଦ୍ବିତୀୟ ଦିନରେ ୧୦ଟି ଅଧିବେଶନ ଅନୁଷ୍ଠିତ ହେବ। ଜାନୁଆରି ୩୦ରେ ମେକ୍ ଇନ୍ ଓଡ଼ିଶା ଏକ୍ସପୋ ସାଧାରଣ ଜନତାଙ୍କ ପରିଦର୍ଶନ ପାଇଁ ଖୋଲାଯିବ। ସେଥିରେ ୧୫୦ରୁ ଅଧିକ ପ୍ରଦର୍ଶନକାରୀ ସେମାନଙ୍କ ଉତ୍ପାଦ, ସେବା ଓ ସମାଧାନ ପ୍ରଦାନ କରିବେ। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଓ ୨୦୪୭ ସୁଦ୍ଧା ବିକଶିତ ଭାରତକୁ ନଜରରେ ରଖି ଉତ୍କର୍ଷ ଓଡ଼ିଶା କନକ୍ଳେଭ ପ୍ରସ୍ତୁତ କରାଯାଇଛି। ରାଜ୍ୟର ନିବେଶ ସମ୍ଭାବନା କ୍ଷେତ୍ରଗୁଡ଼ିକୁ ସେଥିରେ ପ୍ରଦର୍ଶିତ କରାଯାଉଛି। ପାରମ୍ପରିକ ଧାତବ, ଖଣି ଓ ଖଣିଜ କ୍ଷେତ୍ର ବ୍ୟତୀତ ଏଥିରେ ବୟନ, ପେଟ୍ରୋକେମିକାଲ୍ସ, ଅକ୍ଷୟ ଶକ୍ତି, ସବୁଜ ଇନ୍ଧନ ଓ ସର୍କୁଲାର ଅର୍ଥନୀତି ଉପରେ ବିଶେଷ ଜୋର ଦିଆଯାଉଛି।

ଆଜିଠାରୁ ଜନତା ମଇଦାନରେ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍ ୨୦୨୫। କନକ୍ଲେଭ୍ ର ଲକ୍ଷ୍ୟ ହେଉଛି ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ସ୍ଥଳ ଭାବେ ଉପସ୍ଥାପନ କରିବା ଏବଂ ଦେଶବିଦେଶର ନିବେଶକମାନଙ୍କୁ ପୁଞ୍ଜିନିବେଶ ଲାଗି ଆକୃଷ୍ଟ କରିବା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ ଓ ଜୁଏଲ୍ ଓରାମ୍ ମଧ୍ୟ ଭାଗନେବେ।କନକ୍ଳେଭ ଯୋଗଦେବା ଲାଗି ୭୫୦୦ରୁ ଅଧିକ ପ୍ରତିନିଧି ପଞ୍ଜୀକରଣ କରିଛନ୍ତି। ଏଥିରେ ସିଙ୍ଗାପୁର, ଅଷ୍ଟ୍ରେଲିଆ ଓ ମାଲେସିଆ ଭଳି ୧୬ଟି ଦେଶରୁ କୂଟନୀତିଜ୍ଞ, ନିବେଶକ ଓ ପ୍ରତିନିଧି ଭାଗ ନେବେ। ଭିଏତନାମ୍, ଜିମ୍ବାୱେ, କାଜାଖସ୍ତାନ, ଭେନେଜୁଏଲା, ବ୍ରିଟେନ, ଆମେରିକା ଓ ନେପାଳର ପ୍ରତିନିଧି ମଧ୍ୟ ଆସିବେ। ଫର୍ଚୁନ୍ ୪୦୦ କମ୍ପାନି ମଧ୍ୟରୁ ୧୦୦ଟି କମ୍ପାନି ଅଂଶଗ୍ରହଣ କରିବେ। ୧୦୦ରୁ ଅଧିକ ବୁଝାମଣାପତ୍ର (ଏମ୍ଓୟୁ) ସ୍ବାକ୍ଷର ହେବାର ସମ୍ଭାବନା ରହିଛି। ଏହି କନ୍କ୍ଲେଭ୍ ଜରିଆରେ ରାଜ୍ୟ ସରକାର ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଯୋଗାଡ଼ କରିବାକୁ ଲକ୍ଷ୍ୟ ରଖିଛନ୍ତି। କନକ୍ଳେଭ ରେ ଭାଗ ନେବାକୁ ଥିବା ବିଶିଷ୍ଟ ଶିଳ୍ପପତିମାନଙ୍କ ମଧ୍ୟରେ ରହିଛନ୍ତି ଆର୍ସେଲର ମିତ୍ତଲର ମୁଖ୍ୟ ଲକ୍ଷ୍ମୀ ଏନ୍ ମିତ୍ତଲ, ଆଦିତ୍ୟ ବିର୍ଲା ଗ୍ରୁପ୍ର ମୁଖ୍ୟ କୁମାର ମଙ୍ଗଳମ୍ ବିର୍ଲା, ବେଦାନ୍ତର ମୁଖ୍ୟ ଅନୀଲ ଅଗ୍ରୱାଲ୍, ଜେଏସଡବ୍ଲୁ ଗ୍ରୁପ୍ର ମୁଖ୍ୟ ସଜ୍ଜନ ଜିନ୍ଦଲ, ଆଦାନୀ ପୋର୍ଟସ୍ ଆଣ୍ଡ୍ ଏସ୍ଇଜେଡ୍ର କରନ ଆଦାନୀ ଓ ଅନ୍ୟମାନେ। କନକ୍ଲେଭ ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ୍ ଇନ୍ ଓଡ଼ିଶା ଓ ମହିଳା ଉଦ୍ୟମିତା ଉପରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ।

୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଓ ୨୦୪୭ ସୁଦ୍ଧା ବିକଶିତ ଭାରତକୁ ନଜରରେ ରଖି ଉତ୍କର୍ଷ ଓଡ଼ିଶା କନ୍କ୍ଲେଭ୍ ପ୍ରସ୍ତୁତ କରାଯାଇଛି। ରାଜ୍ୟର ନିବେଶ ସମ୍ଭାବନା କ୍ଷେତ୍ରଗୁଡ଼ିକୁ ସେଥିରେ ପ୍ରଦର୍ଶିତ କରାଯାଉଛି। ପାରମ୍ପରିକ ଧାତବ, ଖଣି ଓ ଖଣିଜ କ୍ଷେତ୍ର ବ୍ୟତୀତ ଏଥିରେ ବୟନ, ପେଟ୍ରୋକେମିକାଲ୍ସ, ଅକ୍ଷୟ ଶକ୍ତି, ସବୁଜ ଇନ୍ଧନ ଓ ସର୍କୁଲାର ଅର୍ଥନୀତି ଉପରେ ବିଶେଷ ଜୋର ଦିଆଯାଉଛି। କନ୍କ୍ଲେଭ୍ରେ ଭାଗ ନେବାକୁ ଆସୁଥିବା ପ୍ରତିନିଧିଙ୍କୁ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବିଷୟରେ ପରିଚିତ କରାଇବା ଲାଗି ଓଡ଼ିଶା ଡ୍ୟାନ୍ସ ଏକାଡେମି ପକ୍ଷରୁ ପ୍ରଥମ ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଦ୍ବିତୀୟ ଦିନରେ ସଂସ୍କୃତି ବିଭାଗ ପକ୍ଷରୁ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଉଭୟ ଦିନର ସନ୍ଧ୍ୟାରେ ଡ୍ରୋନ୍ ସୋ’ ଅନୁଷ୍ଠିତ ହେବ।

Post Views35 Total Count

Apply Now


This will close in 0 seconds

error: Content is protected !!