ଉପସ୍ଥାପିତ ହେଲା କେନ୍ଦ୍ର ବଜେଟ୍

ଲୋକସଭାରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିଜର ବଜେଟ ଅଭିଭାଷଣ ଆରମ୍ଭ କରିଛନ୍ତି। ଖୋଲିଛି ନିର୍ମଳାଙ୍କ ବଜେଟ୍‌ ପେଢ଼ି। ସଂସଦରେ ପେପର୍‌ ଲେସ୍‌ ବଜେଟ୍‌ ଉପସ୍ଥାପନ ହୋଇଛି।ଲୋକସଭାରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିଜର ବଜେଟ ଅଭିଭାଷଣ ଆରମ୍ଭ କରିଛନ୍ତି। ଖୋଲିଛି ନିର୍ମଳାଙ୍କ ବଜେଟ୍‌ ପେଢ଼ି। ସଂସଦରେ ପେପର୍‌ ଲେସ୍‌ ବଜେଟ୍‌ ଉପସ୍ଥାପନ ହୋଇଛି।

ସମସ୍ତ ଔପଚାରିକତା ଶେଷ ପରେ ଅର୍ଥମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ସହ ସଂସଦରେ ଉପସ୍ଥିତ ହୋଇଥିଲେ ମନ୍ତ୍ରୀଗଣ ଓ ସବୁ ଦଳର ସାଂସଦ। ଏହାପରେ ସ୍ପିକର ଗୃହକୁ ସମ୍ବୋଧନ କରିବା ପରେ ଅର୍ଥମନ୍ତ୍ରୀ ଆଗତ କରିଛନ୍ତି ୨୦୨୫-୨୬ ବଜେଟ୍ । ମୋଦୀଙ୍କ ୩ୟ ପାଳିର ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍।ବଜେଟ୍‌ ଉପସ୍ଥାପିତ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଟିମ୍‌ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ। ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ରାଷ୍ଟ୍ରପତିଙ୍କଠାରୁ ଅନୁମୋଦନ ନେଇଥିଲେ।ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ଏହି ବଜେଟ୍‌କୁ ରାଷ୍ଟ୍ରପତିଙ୍କ ପକ୍ଷରୁ ମଞ୍ଜୁରୀ ମିଳିଥିଲା। ଏହି ସମୟରେ ଦେଖିବାକୁ ମିଳିଥିଲା ନିଆରା ଦୃଶ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଦହି ଚିନି ଖୁଆଇ ଥିଲେ ।

 

Post Views3 Total Count

Apply Now


This will close in 0 seconds

error: Content is protected !!