ନାବାଳିକା ଉପରେ ମାଡିଗଲା ମୋ ବସ୍ 

ମୋ ବସ୍‌ କେତେବେଳେ କାର୍‌କୁ ଧକ୍କା ଦେଉଛି ତ ଆଉ କେତେବେଳେ କାହା ଉପରେ ମାଡି ଯାଉଛି। ଲଗାତାର କିଛି ଦିନ ଧରି ରାଜଧାନୀରେ ଏକପ୍ରକାର ଆତଙ୍କ ରଚୁଛି ‘ମୋ ବସ୍‌’। ଆଜି ସକାଳୁ ସକାଳୁ ପୁଣି ଗୋଟିଏ ମୁଣ୍ଡ ନେଇଛି। ବସ୍ ଧକ୍କାରେ ୧୨ ବର୍ଷୀୟ ଝିଅର ମୃତ୍ୟୁ ହୋଇଛି । ନନ୍ଦନକାନନ ଥାନା ରଘୁନାଥପୁରରେ ନାବାଳିକା ଉପରେ ‘ମୋ ବସ୍‌’ମାଡ଼ି ଯାଇଛି। ଘଟଣାସ୍ଥଳରେ ଝିଅଟିର ମୃତ୍ୟୁ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।

ରାଜଧାନୀରେ ସକାଳୁ ବଡ଼ ଅଘଟଣ ଘଟିଛି। ନନ୍ଦନକାନନ ଥାନା ରଘୁନାଥପୁରରେ ନାବାଳିକା ଉପରେ ମାଡିଯାଇଛି ମୋ ବସ୍ । ଝିଅଟି ସାଇକେଲରେ ଯାଉଥିବା ବେଳେ ତାକୁ ‘ମୋ ବସ୍‌’ଧକ୍କା ଦେଇଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ଝିଅଟି ସାଇକେଲ୍‌ରେ ଯାଉଥିଲା। ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ‘ମୋ ବସ୍‌’ତାକୁ ଧକ୍କା ଦେଇଥିଲା। ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ପାଇଁ ଅନେକ ଜୀବନ ଗଲାଣି। ଦୁର୍ଘଟଣା ପରେ ସ୍ଥାନାୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକେ ୩ଟି ମୋ ବସ୍ କୁ ଅଟକ ରଖିଛନ୍ତି । ଏହାସହ ରାସ୍ତାରେ ବାଉଁଶ ପକାଇ ନନ୍ଦନକାନନ ପଟିଆ ରାସ୍ତା ଅବରୋଧ କରାଯାଇଛି ।

 

Post Views27 Total Count

Apply Now


This will close in 0 seconds

error: Content is protected !!