ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଗୁରୁତର, ଭେଟିଲେ ନବୀନ

ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଗୁରୁତର । ଭୁବନେଶ୍ବରର ଏକ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି । ତେବେ ହସ୍ପିଟାଲ ଯାଇ ଗୁରୁତର ସୁଶାନ୍ତଙ୍କୁ ଭେଟିଛନ୍ତି ବିରୋଧି ଦଳର ନେତା ନବୀନ ପଟ୍ଟନାୟକ । ବିଜେଡିର ଅନ୍ୟ ବରିଷ୍ଠ ନେତା ମଧ୍ୟ ଗୁରୁତର ସୁଶାନ୍ତଙ୍କୁ ଭେଟିଛନ୍ତି। ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ କରୁଥିଲେ।

ଗତ କିଛିଦିନ ହେଲା ସେ ରାୟପୁରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ସୋହେଲାସ୍ଥିତ ବାସଭବନକୁ ଫେରିଥିଲେ। ମାତ୍ର ପୁଣି ସେ ଅସୁସ୍ଥତା ଅନୁଭବ କରିବାରୁ ଦୁଇଦିନ ତଳେ ବରଗଡ଼ର ଏକ ଘରୋଇ ନର୍ସିଂହୋମରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏହା ଜାଣି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଶାନ୍ତଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହିତ କଥା ହୋଇଛନ୍ତି। ଏହାସହ ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝି ଆଶୁ ଆରୋଗ୍ୟ କାମନା କରିଛନ୍ତି।

Post Views1 Total Count

Apply Now


This will close in 0 seconds

error: Content is protected !!