ଭକ୍ତ ଚରଣ ଦାସ ପିସିସି ସଭାପତି

ଭକ୍ତ ଚରଣ ଦାସ ହୋଇଛନ୍ତି ପିସିସି ସଭାପତି । ରାଜ୍ଯ କଂଗ୍ରେସର ମୁଖିଆ ଭାବରେ ତାଙ୍କୁ ଦାୟିତ୍ୱ ମିଳିଛି ।ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ମଙ୍ଗଳବାର ଏଆଇସିସି ପକ୍ଷରୁ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦିଆଯାଇଛି।

ଭକ୍ତ ଚରଣ ଦାସ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ଥରେ ଏବଂ ଲୋକ ସଭା ସଂସଦ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

୧୯୮୯, ୧୯୯୬ ଓ ୨୦୦୯ ଭାରତୀୟ ସାଧାରଣ ନିର୍ବାଚନରେ ସେ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ, ୧୧ଶ ଓ ୧୫ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ଭକ୍ତ ଚରଣ ଦାସ ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ଏବଂ ପରବର୍ତ୍ତୀ ସମୟରେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ । ଗତ ବିଧାନସଭା ନିର୍ବାଚନରେ ତାଙ୍କ ପୁଅ ସାଗର ଚରଣ ଦାସ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି ।

Post Views4 Total Count

Apply Now


This will close in 0 seconds

error: Content is protected !!