କଂଗ୍ରେସକୁ ଫେରିଲେ ସୁର ରାଉତରାୟ

ସୁରଙ୍କ ଘର ବାହୁଡ଼ା । ପୁଣି କଂଗ୍ରେସକୁ ଫେରିଲେ ସୁର ରାଉତରାୟ । କଂଗ୍ରେସରେ ସାମିଲ ହେଲେ । ବିରାଟ ପଟୁଆରରେ ଆସି ପୁଣି ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ସୁର ବେଶ ଭାବବିହ୍ବଳ ହୋଇପଡ଼ିଥିଲେ । ଆଖିରେ ଲୁହ ଛଳ ଛଳ ହୋଇଯାଇଥିଲେ । ଗତ ସାଧାରଣ ନିର୍ବାଚନ ବେଳେ ଦଳ ବିରୋଧୀ କାର୍ଯ୍ୟ ପାଇଁ ୬ ବର୍ଷ ପାଇଁ ବହିଷ୍କୃତ ହୋଇଥିଲେ ସୁର। ଗତକାଲି କଂଗ୍ରେସର ନିଲମ୍ବିତ କିମ୍ବା ବହିଷ୍କୃତ ନେତାଙ୍କ ଉପରୁ ଆଦେଶ ହଟିଥିଲା ।

ପିସିସି ସଭାପତି ଭକ୍ତଚରଣ ଦାସ ନିଲମ୍ବନ -ବହିଷ୍କୃତ ଆଦେଶକୁ ହଟାଇଥିଲେ ।ଯେଉଁମାନଙ୍କୁ କୌଣସି ନା କୌଣସି ପରିସ୍ଥିତିରେ ଦଳରୁ ନିଲମ୍ବିତ କିମ୍ବା ବହିଷ୍କୃତ ହୋଇଛନ୍ତି ସେମାନଙ୍କ ଉପରୁ ଆଦେଶ ପ୍ରତ୍ୟାହାର କରାଯାଇଛି ।

ଏହାସହ ଯେଉଁମାନେ କୌଣସି କାରଣରୁ ଦଳ ଛାଡ଼ିଛନ୍ତି ସେମାନଙ୍କୁ ମଧ୍ୟ କଂଗ୍ରେସକୁ ଫେରିଆସିବାକୁ ନିବେଦନ କରାଯାଇଛି । ପୂର୍ବରୁ ସୁର ୬ଥର ଜଟଣୀରୁ ବିଧାୟକ ହୋଇଥିବା ବେଳେ ବହୁ ଥର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ।

Post Views6 Total Count

Apply Now


This will close in 0 seconds

error: Content is protected !!