IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍

IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍। ବିଷ୍ଣୁପଦଙ୍କ ସରକାରୀ କ୍ଵାର୍ଟର୍ସରେ ପହଞ୍ଚିଲେ ସିବିଆଇର ୮ ଜଣିଆ ଟିମ୍। ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍‌କୁ ନେଇ ଖୋଳତାଡ଼ କରୁଛି ଟିମ୍।

ସୂଚନାନୁଯାୟୀ, ଭୁବନେଶ୍ବରର ଏକ ହୋଟେଲ ନିକଟରେ ଏକ ଦାମୀ କାର ଭିତରେ ଲାଞ୍ଚ କାରବାର ପାଇଁ ଡିଲ ଚାଲିଥିବା ବେଳେ ସିବିଆଇ ଚଢାଉ କରିଥିଲା। କାରରୁ ସିବିଆଇ ୧୦ ଲକ୍ଷ ଟଙ୍କା ଜବତ କରିଥିଲା। ଏହି ଅଭିଯୋଗରେ ବ୍ରିଜ୍ ଆଣ୍ଡ୍ ରୁଫ୍‌ ଗ୍ରୁପ୍ ଜେନେରାଲ ମ୍ୟାନେଜର ଚଞ୍ଚଲ ମୁଖାର୍ଜୀଙ୍କ ସହ ‘ଆଦିତ୍ୟଦେବ ଇନ୍‌ଫ୍ରାଟେକ୍‌ ପ୍ରାଇଭେଟ ଲିମିଟେଡ’ ମାଲିକ ଦେବଦତ୍ତ ମହାପାତ୍ର ଓ ପେଣ୍ଟା ଏ ଷ୍ଟୁଡିଓ ପ୍ରାଇଭେଟ୍‌ ଲିମିଟେଡ୍‌ କନ୍‌ଷ୍ଟ୍ରକ୍ସନ ସଂସ୍ଥାର ନିର୍ଦ୍ଦେଶକ ସନ୍ତୋଷ ମହାରଣାଙ୍କୁ ସିବିଆଇ ଗିରଫ କରିଥିଲା । ଦେଢଶହ କୋଟିର ଏକ ଟେଣ୍ଡର ହାତେଇବାକୁ ଡିଲ ବେଳେ ଏମାନଙ୍କୁ ସିବିଆଇ ଧରିଥିଲା। ଏହି ଟେଣ୍ଡର ଘୋଟାଲାରେ ଲିଙ୍କ ଥିବା ଅଭିଯୋଗରେ ଆଇଏଏସ୍‌ ଅଫିସର ବିଷ୍ଣୁପଦ ସେଠୀଙ୍କୁ ସିବିଆଇର ସମନ କରିଥିଲା। ସିବିଆଇ ସମନ ପରେ ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ଦାୟିତ୍ବ ମୁକ୍ତ କରିଥିଲେ। ପ୍ରମୁଖ ଶାସନ ସଚିବ ପଦରୁ ଅବ୍ୟାହତି କରିଥିଲେ।

Post Views9 Total Count

Apply Now


This will close in 0 seconds

error: Content is protected !!