ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆଜିଠୁ ଆରମ୍ଭ ହୋଇଛି । ସୂଚନା ଅନୁଯାୟୀ ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ସାଢେ ୧୧ଟାରେ ସରିବ । ପ୍ରଥମ ଦିନ ଓଡିଆ ମାତୃଭାଷା ବିଷୟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଏଥର ରାଜ୍ୟରେ ମୋଟ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ ରହିଛନ୍ତି । ସକାଳ ସାଢେ ୭ଟାରୁ ପରୀକ୍ଷା କେନ୍ଦ୍ର ଗେଟ୍ ଖୋଲି, କଡା ଯାଞ୍ଚ ପରେ ପରୀକ୍ଷାର୍ଥୀଙ୍କୁ ଭିତରକୁ ଛଡାଯାଇଛି । ନୋଡାଲ ସେଣ୍ଟରରୁ କଡା ସୁରକ୍ଷା ବଳୟ ମଧ୍ୟରେ ପ୍ରଶ୍ନପତ୍ର ସ୍ଥାନାନ୍ତର କରାଯାଇ ୮ଟା ମଧ୍ୟରେ କେନ୍ଦ୍ରରେ ପହଞ୍ଚିଚି ।
ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ଓପନ୍ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ହଲରେ ବସିବେ ମୋଟ୍ ୫ ଲକ୍ଷ ୨୨ ହଜାର ୩୩୬ ଛାତ୍ରଛାତ୍ରୀ । ଏଥିପାଇଁ ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ର ହୋଇଛି । କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପରୀକ୍ଷା ଚାଲିବ । କପି ରୋକିବା ପାଇଁ ଚାରିସ୍ତରୀୟ ସ୍କ୍ବାଡ୍ ବ୍ୟବସ୍ଥା କରାଯାଇଛି । ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିଛି । ୬ଶହ କେନ୍ଦ୍ରରେ ଲାଇଭ ଭିଡିଓ ବ୍ୟବସ୍ଥା ହୋଇଛି । ପ୍ରଶ୍ନପତ୍ର ଭାଇରାଲ୍ ରୋକିବା ପାଇଁ କ୍ୟୁଆର୍ କୋର୍ଡ ବ୍ୟବସ୍ଥା କରାଯାଇଛି ।

