ଆସନ୍ତାକାଲିଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା

ସୁଭଦ୍ରା ଯୋଜନା ପରେ ମହିଳାମାନଙ୍କ ପାଇଁ ସୁଭଦ୍ରା ଶକ୍ତି ମେଳାର ଆୟୋଜନ କରୁଛନ୍ତି ରାଜ୍ୟ ସରକାର। ଏହି ମେଳାରେ ମିଶନ ଶକ୍ତି ମାଆମାନେ ଯୋଗ ଦେବେ। ବର୍ତ୍ତମାନ ସୁଦ୍ଧା ଏହି ମେଳାର ନାମ ସୁଭଦ୍ରା ଶକ୍ତି ମେଳା ରଖାଯାଇଛି। ଏହି ମେଳାରେ ମିଶନ ଶକ୍ତିର ନାମ ପରିବର୍ତ୍ତନ କରାଯାଇନି। ଆସନ୍ତାକାଲି ଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା ୨୦୨୫। ଏନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସ୍ଵୟଂ ସହାୟିକା ମହିଳା ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀମାନଙ୍କ ଦ୍ଵାରା ପ୍ରଦତ୍ତ ସାମଗ୍ରୀର ପ୍ରଦର୍ଶନୀ ଓ ବିକ୍ର ହେବ। ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ ଏହି ପ୍ରଦର୍ଶନୀ। ହସ୍ତଶିଳ୍ପ, ଟେରାକୋଟା, ବାଉଁଶ ଶିଳ୍ପ, ହସ୍ତତନ୍ତ ଏବଂ ଘରୋଇ ଆବଶ୍ୟକୀୟ ସାମଗ୍ରୀ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ସାମଗ୍ରୀ ବିକ୍ରୀ ହେବ । ମିଲେଟ୍ ଭିତ୍ତିକ ଖାଦ୍ୟ ସହ ମହିଳାଙ୍କ ହାତ ତିଆରି ଖାଦ୍ୟ ପଦାର୍ଥ ଖାଇବାକୁ ମିଳିବ। ଏହା ସହ ରାଜ୍ୟବ୍ୟାପୀ ଅଂଶଗ୍ରହଣ ଓ ସମସ୍ତଙ୍କ ନିକଟରେ ପହଞ୍ଚିବା ପାଇଁ ଆଞ୍ଚଳିକ ମେଳା ଆୟୋଜିତ ହେବ।

ସେ କହିଛନ୍ତି, ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସ୍ଵୟଂ ସହାୟିକା ମହିଳା ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀମାନଙ୍କ ଦ୍ଵାରା ପ୍ରଦତ୍ତ ସାମଗ୍ରୀର ପ୍ରଦର୍ଶନୀ ଓ ବିକ୍ର ହେବ। ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ ଏହି ପ୍ରଦର୍ଶନୀ। ହସ୍ତଶିଳ୍ପ, ଟେରାକୋଟା, ବାଉଁଶ ଶିଳ୍ପ, ହସ୍ତତନ୍ତ ଏବଂ ଘରୋଇ ଆବଶ୍ୟକୀୟ ସାମଗ୍ରୀ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ସାମଗ୍ରୀ ବିକ୍ରୀ ହେବ । ମିଲେଟ୍ ଭିତ୍ତିକ ଖାଦ୍ୟ ସହ ମହିଳାଙ୍କ ହାତ ତିଆରି ଖାଦ୍ୟ ପଦାର୍ଥ ଖାଇବାକୁ ମିଳିବ। ଏହା ସହ ରାଜ୍ୟବ୍ୟାପୀ ଅଂଶଗ୍ରହଣ ଓ ସମସ୍ତଙ୍କ ନିକଟରେ ପହଞ୍ଚିବା ପାଇଁ ଆଞ୍ଚଳିକ ମେଳା ଆୟୋଜିତ ହେବ।

Post Views31 Total Count

Apply Now


This will close in 0 seconds

error: Content is protected !!