ପ୍ରତି ଗାଁରେ ୫ ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ: ଉପ ମୁଖ୍ୟମନ୍ତ୍ରୀ

ଅଙ୍ଗନବାଡି କର୍ମୀଙ୍କ ପାଇଁ ଖୁସି ଖବର। ମିଳିବ ପ୍ରୋତ୍ସାହନ ରାଶି । ପ୍ରତି ଅଙ୍ଗନବାଡି କର୍ମୀଙ୍କୁ ୧୫ ଶହ ଓ ସହାୟକଙ୍କୁ ୫ ଶହ ଟଙ୍କା ମିଳିବ। ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ରିଲିଜ୍‌ ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି ।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ଅଙ୍ଗନବାଡି କର୍ମୀଙ୍କୁ ୧୫ ଶହ ଟଙ୍କା ମିଳିବ। ଏଥିସହ ସହାୟକଙ୍କୁ ୫ ଶହ ଟଙ୍କା ମିଳିବ । ସୁଭଦ୍ରା ଯୋଜନା ଘରେ ଘରେ ପହଞ୍ଚାଇଥିବାରୁ ସେମାନଙ୍କୁ ଏହି  ପ୍ରୋତ୍ସାହନ ମିଳିବ। ସଶକ୍ତ ଓଡ଼ିଶା ଗଠନ ପାଇଁ ବହୁ ଲକ୍ଷପତି ଦିଦି ସୃଷ୍ଟି କରାଯିବ। ପ୍ରତି ଗାଁରେ ୫ ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ ରଖିଛୁ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Post Views2 Total Count

Apply Now


This will close in 0 seconds

error: Content is protected !!