ଆଜି ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା

ଅନ୍ତର୍ଜାତୀୟ ମହିଳା ଦିବସରେ ସବୁ ହିତାଧିକାରୀ ପାଇବେ ଦ୍ୱିତୀୟ ପର୍ଯ୍ୟାୟର ୫ ହଜାର ଲେଖାଏଁ ଟଙ୍କା। କୋଟିଏ ୬୪ ହଜାର ହିତାଧିକାରୀଙ୍କ ଖାତାକୁ ଯିବ ୫ ହଜାର କୋଟିରୁ ଅଧିକ ଟଙ୍କା।

ଶେଷ ପର୍ଯ୍ୟାୟରେ ସାମିଲ ହୋଇଥିବା ହିତାଧିକାରୀ ମଧ୍ୟ ଏହି ଦ୍ୱିତୀୟ କିସ୍ତି ଟଙ୍କା ପାଇବେ। ତେବେ ମୋଟ ଆବେଦନକାରୀଙ୍କ ସଂଖ୍ୟା କୋଟିଏ ୮ ଲକ୍ଷ ଥିବା ବେଳେ, ମାର୍ଚ୍ଚ ୩୧ ଯାଏ ଆବେଦନ କରିଥିବା ହିତାଧିକାରୀଙ୍କୁ ସର୍ଭେ କରି ସାମିଲ କରିବେ ସରକାର ।ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଏକକାଳୀନ ୩ଟି କିସ୍ତି। ୨୦୨୫-୨୬ ଆର୍ଥିକ ବର୍ଷରେ ମହିଳାଙ୍କ ଆର୍ଥିକ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ସୁଭଦ୍ରା ଯୋଜନାରେ ୧୦ ହଜାର ୧୪୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଏହାସହ ସୁଭଦ୍ରା ସୁରକ୍ଷା ଅଧୀନରେ ମଧ୍ୟ ୧୫୩ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି ମୋହନ ସରକାର।

Post Views55 Total Count

Apply Now


This will close in 0 seconds

error: Content is protected !!