କଂଗ୍ରେସ ବିଧାୟକ ତାରା ବାହିନୀପତି ବିଧାନସଭାରୁ ନିଲମ୍ବିତ

କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାରୁ ନିଲମ୍ବିତ। ୭ ଦିନ ପାଇଁ ଗୃହରୁ ତାରା ପ୍ରସାଦଙ୍କୁ ବାଚସ୍ପତି ନିଲମ୍ବିତ କରିଛନ୍ତି। ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ ତାଙ୍କୁ ନିଲମ୍ବନ କରାଯାଇଛି। ତାରାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। କଂଗ୍ରେସ ବିଧାୟକମାନେ ମୁହଁରେ କଳାପଟି ବାନ୍ଧି ଗୃହ ମଧ୍ୟ ଭାଗରେ ଧାରଣା ଦେଇଛନ୍ତି।

ବିଧାନସଭା ଗୃହ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ଦଳ କଂଗ୍ରେସ ଓ ବିଜେଡି ପ୍ରବଳ ହୋହାଲ୍ଲା କରିଥିଲେ। ନାରୀ ନିର୍ଯାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ବିଧାୟକମାନେ ଗୃହ ବାହାରେ ପ୍ରଥମେ ପ୍ଲାକାର୍ଡ ଦେଖାଇ ବସିଥିଲେ। ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଗୃହରେ ନାରାବାଜି କରିଥିଲେ। ବାଚସ୍ପତିଙ୍କ ପୋଡିୟମ ଉପରକୁ ବିରୋଧୀ ଦଳର ସଦସ୍ୟମାନେ ଚଢିବାକୁ ଚେଷ୍ଟା କରିଥିଲେ। ରିପୋର୍ଟରଙ୍କ ଟେବୁଲ ଉପରେ ଚଢି ବିରୋଧୀ ଦଳ ପ୍ରତିବାଦ କରିଥିଲେ। ବିଧାନସଭା ରିପୋର୍ଟର ଟେବୁଲ ଉପରେ ଛିଡ଼ା ହୋଇ ପ୍ରତିବାଦ କରିଥିଲେ। ରିପୋର୍ଟିଂ ଟେବୁଲର ହେଡଫୋନ ଉପାଡି ଦେଇଥିଲେ।

Post Views37 Total Count

Apply Now


This will close in 0 seconds

error: Content is protected !!