ଏଣିକି ଯୁକ୍ତ ଦୁଇ ପରେ ପଢ଼ି ହେବ ବିଏଡ୍‌ ପାଠ୍ୟକ୍ରମ

ଶିକ୍ଷକ ପାଠପଢ଼ାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍। ଏଣିକି ଯୁକ୍ତ ଦୁଇ ପରେ ପଢ଼ି ହେବ ବିଏଡ୍ ପାଠ୍ୟକ୍ରମ।୫ ବର୍ଷ ବଦଳରେ ୪ ବର୍ଷରେ ସରିବ କୋର୍ସ। ଏନେଇ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।

ଉଚ୍ଚଶିକ୍ଷା ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଶିକ୍ଷକ ଶିକ୍ଷା ବ୍ୟବସ୍ଥାକୁ ଆହୁରି ମଜୁବୁତ କରିବା ପାଇଁ ରାଜ୍ୟରେ ଥିବା ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଏମ୍ଓୟୁ ସ୍ବାକ୍ଷରିତ କରାଯାଇଛି। ଯେଉଁଥିରେ ଗ୍ରାଜୁଏସନ୍ ନୁହେଁ ଏଣିକି ଯୁକ୍ତ ଦୁଇ ପରେ ବିଏଡ୍ ପାଠପଢ଼ା ହେବ। ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ସମନ୍ୱିତ ଶିକ୍ଷକ ଶିକ୍ଷା କାର୍ଯ୍ୟକ୍ରମ( ITEP) କୋର୍ସ ପଢ଼ାଯିବ। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ଶେଷ କରିବା ପାଇଁ ଏଭଳି ନିଷ୍ପତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ।

Post Views19 Total Count

Apply Now


This will close in 0 seconds

error: Content is protected !!