ଆଜି ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି

ଆଜି ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରାହ୍ଣ ସାଢେ ଗୋଟାଏରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରୁ ହେଲିକପ୍ଟର ଯୋଗେ ନୟାଗଡ଼ ଅଭିମୁଖେ ଯିବେ ।

କଣ୍ଟିଲୋ ନୀଳମାଧବ ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଜୋର ଦେଇଛି ଜିଲ୍ଲା ପ୍ରଶାସନ । ନୟାଗଡ଼ ଜିଲ୍ଲାପାଳ ସମସ୍ତ ବିଭାଗର ଉଚ୍ଚ ଅଧିକାରୀଙ୍କୁ ନେଇ ସମୀକ୍ଷା କରିଛନ୍ତି । ନୟାଗଡ଼ ଜିଲ୍ଲାକୁ ରାଷ୍ଟ୍ରପତିଙ୍କର ଏହା ପ୍ରଥମ ଗସ୍ତ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଖୁବ୍ ଉତ୍ସାହ ପରିଲକ୍ଷିତ ହୋଇଛି ।

Post Views19 Total Count

Apply Now


This will close in 0 seconds

error: Content is protected !!