କଟକ ଚୌଦ୍ବାର ନିକଟରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା । ଲାଇନଚ୍ୟୁତ ହେଲା ବେଙ୍ଗାଲୁରୁ-ଗୌହାଟୀ କାମାକ୍ଷା ଏକ୍ସପ୍ରେସ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
ମଙ୍ଗୁଳି ନିକଟରେ ଯାତ୍ରୀବାହୀ ଟ୍ରେନ୍ ଲାଇନଚ୍ୟୁତ । ଷ୍ଟେସନ ନିକଟରେ ଯାତ୍ରୀବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ବେଙ୍ଗାଲୁରୁ-ଗୌହାଟୀ କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଛି । ୮ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ତେବେ ଏହି ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

