ଆସନ୍ତାକାଲି ଶ୍ରୀମନ୍ଦିର ରେ ୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ମହାପ୍ରଭୁଙ୍କ ବନକଲାଗି ନୀତି ଆସନ୍ତାକାଲି (ବୁଧବାର) ଅନୁଷ୍ଠିତ ହେବ। ଚୈତ୍ର, ଶୁକ୍ଲ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ପରଠାରୁ ପୁଣି ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା ସ୍ବାଭାବିକ କରାଯିବ। ଶ୍ରୀ ଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ଏହି ସୂଚନା ଦିଆଯାଇଛି।

ବନକଲାଗି ନୀତି ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ମହାପ୍ରଭୁଙ୍କର ବନକଲାଗି ନୀତି ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

Post Views1 Total Count

Apply Now


This will close in 0 seconds

error: Content is protected !!