ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏକମାତ୍ର ପ୍ରାର୍ଥୀ ଭାବରେ ନବମ ଥର ପାଇଁ ନାମାଙ୍କନ ପତ୍ର ଦାଖଲ କରିଲେ ନବୀନ । ଆସନ୍ତା ୧୯ ତାରିଖରେ ହେବ ବିଜେଡ଼ି ସଭାପତି ନିର୍ବାଚନ । ନବମ ଥର ପାଇଁ ବିଜେଡ଼ି ସଭାପତି ହେବେ ନବୀନ । ଖୁବ୍‌ ଶୀଘ୍ର ଘୋଷଣା ହେବ ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ।

ସେପଟେ ମଙ୍ଗଳବାର ୧୮ଟି ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା ହୋଇଥିଲା । ଅନୁଗୁଳ ଜିଲ୍ଲାର ବିଜେଡି ସଭାପତି ପାଇଁ ବ୍ରଜକିଶୋର ପ୍ରଧାନ, ବରଗଡ ପାଇଁ ସୁଶାନ୍ତ କୁମାର ମହାପାତ୍ର, ଭଦ୍ରକ ପାଇଁ ଜଗନ୍ନାଥ ସ୍ଵାଇଁ, ବୌଦ୍ଧ ପାଇଁ ପ୍ରଦୀପ କୁମାର ଅମାତ, ଦେବଗଡ଼ ପାଇଁ ରୋମାଞ୍ଚ ରଞ୍ଚନ ବିଶ୍ଵାଳ, ଗଜପତି ପାଇଁ ପ୍ରଦୀପ ନାୟକ, ଜଗତସିଂହପୁର ପାଇଁ ପ୍ରଶାନ୍ତ କୁମାର ମୁଦୁଲି, ଯାଜପୁର ପାଇଁ ସରୋଜ କୁମାର ମହାପାତ୍ର, ଝାରସୁଗୁଡ଼ା ପାଇଁ ହରିଶ ଗନ୍ତରା ନିଯୁକ୍ତ ହୋଇଛନ୍ତି ।

ସେହିପରି କନ୍ଧମାଳ ଜିଲ୍ଲାର ବିଜେଡି ସଭାପତି ଭାବେ ପଦ୍ମନାଭ ବେହେରା, ମାଲକାନଗିରି ପାଇଁ ମାନସ ମାଡକାମି, ମୟୂରଭଞ୍ଜ-୧ ପାଇଁ ସୁଦାମ ମାରାଣ୍ଡି, ନବରଙ୍ଗପୁର ପାଇଁ ମନୋହର ରନ୍ଧାରୀ, ନୟାଗଡ଼ ପାଇଁ ରମେଶ ଚନ୍ଦ୍ର ବେହେରା, ନୂଆପଡ଼ା ପାଇଁ ଅବନୀ ରଞ୍ଜନ ଯୋଶୀ, ପୁରୀ ପାଇଁ ଉମାକାନ୍ତ ସାମନ୍ତରାୟ, ସୁବର୍ଣ୍ଣପୁର ପାଇଁ ସରୋଜ କୁମାର କାମ୍ପା ଓ ସୁନ୍ଦରଗଡ଼ ପାଇଁ ଯୋଗେଶ ସିଂଙ୍କୁ ବିଜେଡି ଜିଲ୍ଲା ସଭାପତି ଭାବେ ଦଳ ଘୋଷଣା କରିଛି ।

Post Views6 Total Count

Apply Now


This will close in 0 seconds

error: Content is protected !!