ଶପଥ ନେଲେ ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ

ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ମନୋଜ ପରିଡ଼ା ଓ ଅନ୍ୟ ୩ ରାଜ୍ୟ ସୂଚନା ଆୟୁକ୍ତ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ପବିତ୍ର ମଣ୍ଡଳ ଓ କଳ୍ପନା ପଟ୍ଟନାୟକ ଆଜି ଶପଥ ନେଇଛନ୍ତି। ରାଜଭବନର ଅଭିଷେକ ହଲ୍‌ରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ସମସ୍ତଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ପ୍ରାରମ୍ଭରେ ରାଜ୍ୟପାଳଙ୍କ ଅନୁମତି ପରେ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ସଞ୍ଜୟ ସିଂହ ନିଯୁକ୍ତି ଆଜ୍ଞାପତ୍ର ପାଠ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ବିଧାନସଭାର ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ରାଜ୍ୟ ମାନବାଧିକାର ଆୟୋଗର ଅଧ୍ୟକ୍ଷ ଶତ୍ରୁଘନ ପୂଜାହାରୀ, ରାଜ୍ୟ ସୂଚନା ଆୟୁକ୍ତ ସୁଶାନ୍ତ ମହାନ୍ତି, ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଏନ୍‌ବିଏସ୍‌ ରାଜପୁତ, ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଦେବପ୍ରସାଦ ଦାଶ, ନିର୍ଦ୍ଦେଶକ(ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଗୁରବୀର ସିଂହଙ୍କ ସମେତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

Post Views2 Total Count

Apply Now


This will close in 0 seconds

error: Content is protected !!