ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସେ ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସିବେ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଶାହା ୧୦ରେ ଭୁବନେଶ୍ୱରରେ ପହଞ୍ଚି ଜଟଣୀ ଯିବେ।

ଜଟଣୀରେ ଫରେନ୍ସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ। ୧୦ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ୧୧ରେ ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ।

ପରେ ଭୁବନେଶ୍ୱର ଜନତା ମଇଦାନରେ ଶିଳାନ୍ୟାସ କରିବା ସହ ଅଭିଭାଷଣ ଦେବେ ବୋଲି ମନମୋହନ କହିଛନ୍ତି।

Post Views3 Total Count

Apply Now


This will close in 0 seconds

error: Content is protected !!