ଦାରୁ ପ୍ରସଙ୍ଗ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବଡ଼ ବୈଠକ

ପଶ୍ଚିମବଙ୍ଗ ଦୀଘାରେ ମହାପ୍ରଭୁଙ୍କ ବିଗ୍ରହ ପାଇଁ ବଳକା ଦାରୁ କାଠ ଦିଆଯିବାକୁ ନେଇ ବିବାଦ ଘଟଣାରେ ଆକ୍ସନରେ ଶ୍ରୀମନ୍ଦିର ପ୍ରଶାସନ । ଆଇନ ମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ ପରେ ଆଜି ବସୁଛି ଗୁରୁତ୍ବପୂର୍ଣ୍ଣ ବୈଠକ ।

ଆଜି ବିଭିନ୍ନ ନିଯୋଗ ସହ ଆଲୋଚନା କରିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଗତକାଲି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଆଇନ ମନ୍ତ୍ରୀ କହିଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଓ ସଂସ୍କୃତିକୁ ନେଇ ଗତ କିଛିଦିନ ହେବ ଗଣମାଧ୍ୟମରେ ଦ୍ବନ୍ଦ୍ବାତ୍ମକ ଖବର ପ୍ରସାରିତ ହେଉଛି ।

ଦୀଘାଠାରେ ପ୍ରତିଷ୍ଠା ହୋଇଥିବା ମନ୍ଦିର ନାମକୁ ଜଗନ୍ନାଥଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗ ଦେବା ଓ ବଳକା ଦାରୁ କାଠରେ ପ୍ରତିମା ନିର୍ମାଣ ହେବାକୁ ନେଇ ଚର୍ଚ୍ଚା ହେବା ଗ୍ରହଣୀୟ ନୁହେଁ । ଏହା ସାଢ଼େ ୪କୋଟି ଜନତାଙ୍କ ମନରେ କଷ୍ଟ ଦେଉଥିବା ଅନୁଭବ ହେଉଛି । ତେଣୁ ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାର ବ୍ୟବସ୍ଥା କରାଯାଉ ।

Post Views60 Total Count

Apply Now


This will close in 0 seconds

error: Content is protected !!