ଚର୍ଚ୍ଚା ପରେ ପ୍ରତିକ୍ରିୟା ରଖିଲେ ଜୁଏଲ

ଜାତୀୟ ଗଣମାଧ୍ୟମରେ ହେଉଥିବା ଚର୍ଚ୍ଚାକୁ ଖଣ୍ଡନ କଲେ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ୍ । ଟ୍ରେନରୁ ଅଚାନକ ଗାୟବ ହୋଇ ଆହତ ଅବସ୍ଥାରେ ମିଳିଥିବା ଚର୍ଚ୍ଚାକୁ ଖଣ୍ଡନ କରି ଫେସବୁକରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ । ସୂଚନା ଅନୁସାରେ ଜାତୀୟ ଗଣମାଧ୍ୟମରେ କେନ୍ଦ୍ରମନ୍ତ୍ରୀଙ୍କୁ ନେଇ ଏକ ଖବର ସାମ୍ନାକୁ ଆସିଥିଲା । ଯେଉଁଥିରେ କେନ୍ଦ୍ରମନ୍ତ୍ରୀ ଗୋଡୱାନା ଏକ୍ସପ୍ରେସରେ ଦିଲ୍ଲୀରୁ ଜବଲପୁର ଯାଉଥିବା ବେଳେ ହଠାତ୍ ଟ୍ରେନରୁ ଗାୟବ ହୋଇଯିବାର ଖବର ସାମ୍ନାକୁ ଆସିଥିଲା । ଶନିବାର ରାତିରେ ଟ୍ରେନରେ ଚଢିଥିବା ମନ୍ତ୍ରୀ ରବିବାର ସକାଳେ ସିଟରୁ ଅଚାନକ କୁଆଡ଼େ ଚାଲିଯିବାକୁ ନେଇ ରେଲୱେ ବିଭାଗ ତୁରନ୍ତ ସର୍ଚ୍ଚ ଅପରେସନ୍ ଆରମ୍ଭ କରିବାରୁ ନେଇ ଦୀର୍ଘ ୩ ଘଣ୍ଟାର ଖୋଜାଖୋଜି ପରେ ସିହୋରା ଷ୍ଟେସନରେ ସଂପର୍କ କ୍ରାନ୍ତି ଏକ୍ସପ୍ରେସରେ ମନ୍ତ୍ରୀ ବସିଥିବା ଦେଖିବାକୁ ମିଳିଥିବା ନେଇ ଚର୍ଚ୍ଚା ହେଲା । ଏମିତିକି କେନ୍ଦ୍ରମନ୍ତ୍ରୀଙ୍କ ହାତଗୋଡ଼ରେ ଆଘାତ ଲାଗିଥିବାର ଖବର ମଧ୍ୟ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଥିଲା । ରେଲୱେ ବିଭାଗର ୩ ଘଣ୍ଟାର ସର୍ଚ୍ଚ ଅପରେସନ୍ ପରେ ୧୬୨ କି.ମି ଦୂର ସିହୋରା ଷ୍ଟେସନରେ ମନ୍ତ୍ରୀଙ୍କୁ ରେଲୱେ କର୍ମଚାରୀ ଖୋଜିପାଇବାର ଖବର ପ୍ରଥମେ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଥିଲା ।

Post Views17 Total Count

Apply Now


This will close in 0 seconds

error: Content is protected !!