ଘରେ ଘରେ ସାବିତ୍ରୀ ବ୍ରତ ପାଳୁଛନ୍ତି ମହିଳା

ଆଜି ସାବିତ୍ରୀ ଅମାବାସ୍ୟା । ସ୍ବାମୀଙ୍କ ମଙ୍ଗଳ ମନାସୀ ବ୍ରତ ପାଳୁଛନ୍ତି ସଧବା । ଯମରାଜଙ୍କ ପଛରେ ଯାଇ ସ୍ବାମୀ ସତ୍ୟବାନଙ୍କ ଜୀବନ ଫେରାଇ ଆଣିଥିଲେ ସାବିତ୍ରୀ । ହିନ୍ଦୁ ଶାସ୍ତ୍ରର ସେହି ପୌରାଣିକ କଥାକୁ ମନେ ପକାଇ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରି ପୂଜା କରୁଛନ୍ତି ବିବାହିତା ମହିଳାମାନେ। ରାଜ୍ୟର ବିଭିନ୍ନ ପୀଠରେ ସକାଳୁ ସକାଳୁ ପୂଜା କରିବାକୁ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼।

ହାତରେ ଭୋଗ, ମନରେ ଉତ୍ସାହ ନେଇ ଦେବାଳୟକୁ ଯାଇଛନ୍ତି ସଧବା । ନୂଆ ଶାଢୀ, ସଙ୍ଖା, ସିନ୍ଦୁର ଓ ଅଳତା ନେଇ ପୂଜାର୍ଚ୍ଚନା କରୁଛନ୍ତି । ଘରେ ଘରେ ବି ସାବିତ୍ରୀଙ୍କ ପ୍ରତିମା ଗଢି ବ୍ରତ କଥା ଗାଇ ପୂଜା କରୁଛନ୍ତି ସଧବା ନାରୀ । ବିଶେଷ କରି ଆମ୍ବ, ପଣସ, ନଡିଆ, ଫୁଟି କାକୁଡି, ତାଳ, ଖଜୁରୀ ଆଦି ଦେଶୀ ଫଳରେ ପୂଜା କରୁଛନ୍ତି।

Post Views31 Total Count

Apply Now


This will close in 0 seconds

error: Content is protected !!