ପୁଞ୍ଜିଲାଲ ଦୋଷୀ ସାବ୍ୟସ୍ତ, ଆଜୀବନ କାରାଦଣ୍ଡ

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ବହୁ ଚର୍ଚ୍ଚିତ ପାଟଣାଗଡ଼ ‘ପାର୍ସଲ ବୋମା’ ରାୟ ଆସିଛି। ପାଟଣାଗଡ଼ ଏଡିଜେ କୋର୍ଟରେ ପୁଞ୍ଜିଲାଲ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ପୁଞ୍ଜିଲାଲ ମେହେରଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ପୁଞ୍ଜିଲାଲଙ୍କୁ ଆଜୀବନ କାରାଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜରିମାନା ରାୟ ଶୁଣାଇଛନ୍ତି କୋର୍ଟ।

ଦୀର୍ଘ ୭ ବର୍ଷର ଅପେକ୍ଷା ପରେ ରାୟ ପ୍ରକାଶ ପାଇବାରୁ ବିଭିନ୍ନ ମହଲରେ ଏନେଇ ଉତ୍ସୁକତା ଦେଖା ଦେଇଛି। ପାଟଣାଗଡ଼ ଏଡିଜେ କୋର୍ଟରେ ଏହି ଚର୍ଚ୍ଚିତ ମାମଲାର ରାୟ ପ୍ରକାଶ ପାଇଛି।
୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟି ନବବିବାହିତ ସଫ୍ଟୱେର ଇଞ୍ଜିନିୟର ସୌମ୍ୟଶେଖର ସାହୁ, ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା।

ମୃତ ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ଆହତ ହୋଇଥିଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚ ପାଟଣାଗଡ଼ ନିକଟସ୍ଥ ଭଇଁଷା କଲେଜର ଇଂଲିଶ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଏକମାତ୍ର ଓ ମୁଖ୍ୟ ଅଭିଯୁକ୍ତ ଭାବେ ଗିରଫ କରିଥିଲା। କ୍ରାଇମବ୍ରାଞ୍ଚ ଟିମ ୨୦୦୦ ପୃଷ୍ଠାର ଚାର୍ଜଶଟ ଦାଖଲ କରିବା ପରେ ପାଟଣାଗଡ଼ ଏଡିଜେ କୋର୍ଟରେ ପ୍ରାୟ ୨ବର୍ଷ କାଳ ଏହାର ଶୁଣାଣି ଓ ନ୍ୟାୟିକ ପ୍ରକ୍ରିୟା ଚାଲିଥିଲା।

Post Views50 Total Count

Apply Now


This will close in 0 seconds

error: Content is protected !!