ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଗିରଫ କଲା ପୋଲିସ

ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଓରଫ ମୋହନକୁ ଗିରଫ କଲା କୋରାପୁଟ ପୋଲିସ । ଛତିଶଗଡ଼ରୁ ଓଡିଶା ସୀମାଦେଇ ଆନ୍ଧରପ୍ରଦେଶକୁ ଯିବା ବେଳେ ବୈପାରୀଗୁଡା ପେଟୁଗୁଡା ଜଙ୍ଗଲରୁ ଗିରଫ ହୋଇଛି ହିଡମା ।

ପେଟଗୁଡା ଗାଁ ନିକଟସ୍ଥ ଜଙ୍ଗଲରେ କିଛି ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ଗୁଇନ୍ଦା ସୂଚନା ପାଇଁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ସୁରକ୍ଷାକର୍ମୀ । ଘଟଣା ସ୍ଥଳରେ ମାଓବାଦୀମାନେ ଖସି ପଳାଇବାକୁ ଉଦ୍ୟମ ଆରମ୍ଭ କରି ସୁରକ୍ଷାକର୍ମୀଙ୍କ ଉପରେ ଗୁଳି ଚଳାଇଥିଲେ । ସୁରକ୍ଷାକର୍ମୀ ମଧ୍ୟ ପାଲଟା ଗୁଳି ଚାଳନା କରିଥିଲେ ।

ଘଟଣାସ୍ଥଳରୁ କିଛି ମାଓବାଦୀ ଖସି ପଳାଇଥିବା ବେଳେ ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ପୋଲିସ ହାବୁଡ଼ରେ ପଡ଼ିଥିଲା । କୁଞ୍ଜାମ ହିଡମା ନିକଟରୁ ଗୋଟିଏ AK-47 , ୩୫ ରାଉଣ୍ଡ ଗୁଳି, ୨୭ଟି ଇଲେକ୍ଟ୍ରିକ୍ ଡିଟୋନେଟର୍, ୯୦ଟି ନନ୍-ଇଲେକ୍ଟ୍ରିକ୍ ଡିଟୋନେଟର୍, ୨ କେଜି ଗନ ପାଉଡର ଜବତ କରାଯାଇଛି ।

Post Views27 Total Count

Apply Now


This will close in 0 seconds

error: Content is protected !!