ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ମୁଖ୍ୟଯନ୍ତ୍ରୀ

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କ ଅନୁଗୁଳସ୍ଥିତ ବାସଭବନ ସମେତ ଚାରିଟି ସ୍ଥାନ ଓ ରାଜ୍ୟର ଅନ୍ୟ ତିନୋଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ ଜାରି ରହିଛି। ଅନୁଗୁଳ, ପୁରୀ, କଟକ ଓ ଢେ଼ଙ୍କାନାଳ ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି ମିଳିତ ଚଢ଼ଉ କରାଯାଉଛି। ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କ ଘରୁ ଭିଜିଲାନ୍ସ ଟିମ୍ ନଗଦ ୨ କୋଟି ଟଙ୍କା ଜବତ କରିଛି। ତାଙ୍କ ଅନୁଗୁଳ ଘରୁ ୯୦ ଲକ୍ଷ ଓ ରାଜଧାନୀ ବାସଭବନରୁ ୧ କୋଟି ୧୦ ଲକ୍ଷ ଟଙ୍କା ନଗଦ ମିଳିଥିବା ଜଣାଯାଇଛି।

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଗ୍ରାମ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କ ଅନୁଗୁଳସ୍ଥିତ ବାସଭବନ ସମେତ ଚାରିଟି ସ୍ଥାନ ଓ ରାଜ୍ୟର ଅନ୍ୟ ତିନୋଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ ଜାରି ରହିଛି। ଅନୁଗୁଳ, ପୁରୀ, କଟକ ଓ ଢେ଼ଙ୍କାନାଳ ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି ମିଳିତ ଚଢ଼ଉ କରାଯାଉଛି। ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କ ଘରୁ ଭିଜିଲାନ୍ସ ଟିମ୍ ନଗଦ ୨ କୋଟି ଟଙ୍କା ଜବତ କରିଛି। ତାଙ୍କ ଅନୁଗୁଳ ଘରୁ ୯୦ ଲକ୍ଷ ଓ ରାଜଧାନୀ ବାସଭବନରୁ ୧ କୋଟି ୧୦ ଲକ୍ଷ ଟଙ୍କା ନଗଦ ମିଳିଥିବା ଜଣାଯାଇଛି।ଢେଙ୍କାନାଳ ଭିଜିଲାନ୍ସ ଡିଏସପି ଅନୁଷ୍କା ସେନାପତିଙ୍କ ତତ୍ତ୍ଵାବଧାନରେ ଚଢ଼ଉ ଚାଲିଛି। ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀ ଆଉ ଦୁଇ ଦିନ ପରେ ଚାକିରିରୁ ଅବସର ନେଇଥାନ୍ତେ। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

Post Views2 Total Count

Apply Now


This will close in 0 seconds

error: Content is protected !!