୨ୟ ଥର ପାଇଁ ମାଆ ହେଲା ବାଘୁଣୀ ମୌସୁମୀ

ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସିର ଖବର । ୨ୟ ଥର ପାଇଁ ମାଆ ହେଲା ବାଘୁଣୀ ମୌସୁମୀ । ଦୁଇଟି ଶାବକକୁ ଜନ୍ମ ଦେଇଛି ବାଘୁଣୀ ମୌସୁମୀ । ଯାହାକୁ ମିଶାଇ ନନ୍ଦନକାନନରେ ବାଘ ସଂଖ୍ୟା ୨୯କୁ ବୃଦ୍ଧି ପାଇଛି ।

ନନ୍ଦନକାନନର ୨୦ ନଂ ଖୁଆଡ଼ରେ ଶନିବାର ବିଳମ୍ବିତ ରାତି ଦୁଇ ଘଣ୍ଟା ଅନ୍ତରରେ ୨ଟି ଶାବକ ଜନ୍ମ ଦେଇଥିଲା। ଖୁଆଡରେ ଲାଗିଥିବା ସିସିଟିଭି ମାଧ୍ୟମରେ ତା’ ଉପରେ ନଜର ରଖାଯାଇଛି। ବାଘୁଣୀ ମୌସୁମୀ ଛୁଆମାନଙ୍କର ଯତ୍ନ ନେବା ସହିତ କ୍ଷୀର ପାନ କରୁଥିବା ଦେଖିବାକୁ ମିଳିଛି। ନନ୍ଦନକାନନରେ ବାଘ ସଂଖ୍ୟା ୨୯କୁ ବୃଦ୍ଧି ପାଇଥିବା ସୂଚନା ମିଳିଛି।ମହାବଳ ବାଘ ରାଜେଶ ସହିତ ମୌସୁମୀର ମିଳନ କରାଯାଇଥିଲା। ୩୦ ଜୁଲାଇ ୨୦୨୪ରେ ମୌସୁମୀ ପ୍ରଥମ ଥର ମାଆ ହୋଇଥିଲା। ତିନୋଟି ଶାବକ ଜନ୍ମ ଦେଇଥିଲା। ତେବେ ସେମାନଙ୍କର ଠିକ ଭାବରେ ଯତ୍ନ ନେଇ ନପାରିବାରୁ ସମସ୍ତଙ୍କର ମୃତ୍ୟୁ ହୋଇଥିଲା। ଶନିବାର ପୁଣି ଧଳା ବାଘୁଣୀ ମୌସୁମୀ ଦ୍ବିତୀୟ ଥର ମାଆ ହୋଇଛି। ଦୁଇଟି ଶବକ ସୁସ୍ଥ ଥିବା ଜଣାପଡିଛି। ନନ୍ଦନକାନନ କର୍ତ୍ତୃପକ୍ଷ ସିସିଟିଭି ନଜର ରଖିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ଧଳା ବାଘୁଣୀ ସେହ୍ନା ଓ ମହାବଳ ବାଘ ମନୀସର ମିଳନରୁ ୨୦୧୬ ମସିହା ଅଗଷ୍ଟ ମାସ ୫ ତାରିଖରେ ଧଳା ବାଘୁଣୀ ମୌସୁମୀ ଜନ୍ମ ହୋଇଥିଲା।

Post Views18 Total Count

Apply Now


This will close in 0 seconds

error: Content is protected !!