ଭୁବନେଶ୍ୱର-ଆବୁଧାବିକୁ ଡାଇରେକ୍ଟ ଫ୍ଲାଇଟ୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ବିମାନ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ଅଧ୍ୟାୟ । ଭୁବନେଶ୍ୱର ବିମାନବନ୍ଦରରୁ ସିଧା ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ରାଜଧାନୀ ଆବୁଧାବିକୁ ବିମାନ ଉଡ଼ିଲା ବିମାନ । ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ପତାକା ଦେଖାଇ ଭୁବନେଶ୍ୱର- ଆବୁଧାବି ସିଧା ବିମାନସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ରାଜ୍ୟରେ ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଏହି ବିମାନଯାତ୍ରାର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମାର୍ଗଦର୍ଶନରେ ନୂଆ ଡେଷ୍ଟିନେସନ୍‌ ପଲିସି (ଏନ୍‌ଡିପି) ୨୦୨୪ ଆଧାରରେ ରାଜ୍ୟର ପର୍ଯ୍ୟଟନ ଓ ବ୍ୟବସାୟ ଉନ୍ନତିକରଣକୁ ଗୁରୁତ୍ୱ ଦିଆଯାଉଛି । ଏହି ନୂଆ ଉଡ଼ାଣ ଦ୍ୱାରା ଅର୍ଥନୈତିକ ବିକାଶ ହେବା ସହ ସଂସ୍କୃତିର ଆଦାନପ୍ରଦାନ ବଢ଼ିବ । ବିକଶିତ ଓଡ଼ିଶା ଅଭିଯାନରେ ରାଜ୍ୟ ଆଉ ପାଦେ ଆଗେଇବ ବୋଲି ସରକାର ସୂଚାଇଛନ୍ତି । ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ବିରଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ।ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ସୂଚନା ମୁତାବକ, ଇଣ୍ଡିଗୋର ଏକ ବିମାନ ସପ୍ତାହକୁ ୩ ଦିନ (ମଙ୍ଗଳବାର, ଗୁରୁବାର ଓ ଶନିବାର) ଭୁବନେଶ୍ୱରରୁ ଆବୁଧାବିକୁ ଚଳାଚଳ କରିବ ।

Post Views5 Total Count

Apply Now


This will close in 0 seconds

error: Content is protected !!