ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡିଶା ଗସ୍ତ ସମୟରେ ଏହା ରହିଛି କାର୍ଯ୍ୟକ୍ରମ

ଜୁନ ୨୦ରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। ଏ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ମିଳିଛି। ଜୁନ୍ ୨୦ ତାରିଖ ଦିନ ୩ଟା ୪୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ମୋଦି। ଭାରତୀୟ ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ପହଞ୍ଚିବେ। ୩ଟା ୪୫ରୁ ୪ଟା ୧୫ ଯାଏଁ ରୋଡ ସୋ କରିବେ। ବିମାନବନ୍ଦରରୁ ଜନତା ମଇଦାନ ସଭାସ୍ଥଳୀ ପର୍ଯ୍ୟନ୍ତ ରୋଡ ସୋ କରିବେ ମୋଦି। ଏହା ପରେ ଅପରାହ୍ନ ସାଢେ ପାଞ୍ଚଟା ଯାଏ ବିଜେପି ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ସ୍ଥଳ ଜନତା ମଇଦାନରେ ରହିବେ। କାର୍ଯ୍ୟକ୍ରମ ସାରି ୫ଟା ୫୦ରେ ଭୁବନେଶ୍ଵର ବିମାନବନ୍ଦରରୁ ସ୍ଵତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯିବେ ।

ସୂଚନା ଯୋଗ୍ୟ, ବିଜେପି ସରକାରର ବର୍ଷ ପୂର୍ତ୍ତି ଉପଲକ୍ଷେ ଜୁନ ୧୨ରୁ ୨୦ ତାରିଖ ପର୍ଯ୍ୟନ୍ତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାର ଥିଲା। ଏ ନେଇ ୧୨ ତାରିଖରେ ଓଡିଶା ଆସି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥାନ୍ତେ ପ୍ରଧାନମନ୍ତ୍ରୀ। ହେଲେ ପ୍ରଧାନମନ୍ତ୍ରୀଙ୍କ ଅନ୍ୟାନ୍ୟ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାର ଥିବାରୁ ଓଡିଶା ଆସିବା କାର୍ଯ୍ୟକ୍ରମକୁ ଘୁଞ୍ଚାଇ ଦିଆଯାଇଥିଲା। ପୂର୍ବରୁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡିଶା ଗସ୍ତ ସମ୍ପର୍କରେ ସୂଚନା ଦେଇ କହିଥିଲେ ଯେ, ‘‘ଆମେ ୧୨ ତାରିଖରେ ଆସିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିବେଦନ କରିଥିଲୁ। ହେଲେ ୨୦ ତାରିଖରେ ଆସିବା ନେଇ ସମୟ ଧାର୍ଯ୍ୟ ହୋଇଛି। ୧୨ ତାରିଖର ମୂଳ କାର୍ଯ୍ୟକ୍ରମ ୨୦ ତାରିଖକୁ ଘୁଞ୍ଚା ଯାଇଛି। ଶେଷ କାର୍ଯ୍ୟକ୍ରମ ୨୦ରେ ଅନୁଷ୍ଠିତ ହେବ ।

Post Views40 Total Count

Apply Now


This will close in 0 seconds

error: Content is protected !!