ସରକାରଙ୍କୁ ଲଭର୍ସ ପଏଣ୍ଟ ସୁରକ୍ଷା ଚିନ୍ତା

ଓଡ଼ିଶା ସରକାରଙ୍କୁ ଲଭର୍ସ ପଏଣ୍ଟ ସୁରକ୍ଷା ଚିନ୍ତା। ଗୋପାଳପୁର ବିଚରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ପରେ ସରକାରଙ୍କୁ ଏବେ ଘାରିଛି କେମିତି ଦିଆଯିବ ଲଭର୍ସ ପଏଣ୍ଟକୁ ସୁରକ୍ଷା । ରାଜ୍ୟରେ ଥିବା ସବୁ ଲଭର୍ସ ପଏଣ୍ଟକୁ ସୁରକ୍ଷା ଯୋଗାଇଦେବା ଲାଗି ଦୁଇ ଦୁଇ ଥର ବୈଠକ ବସିଲାଣି ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ରାଜ୍ୟରେ ଯେତେ ପର୍ଯ୍ୟଟନ ସ୍ଥଳୀ ଅଛି, ଯେଉଁଠି ସବୁ ଲଭର୍ସ ପଏଣ୍ଟ ଅଛି, ତାହାର ସୁରକ୍ଷାକୁ ଗୁରୁତ୍ବ ଦିଆଯାଉଛି। ତେବେ ଗୋପାଳପୁର ଘଟଣାରେ ପ୍ରଥମ ଥର ଲାଗି ରାତିକ ଭିତରେ ସବୁ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଟିଆଇ ପ୍ୟାରେଡ କରାଯାଇଛି। ଆଇନ ତା କାମ କରୁଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Post Views4 Total Count

Apply Now


This will close in 0 seconds

error: Content is protected !!