ଟାହିଆ ହଲେଇ ଆସିବ ଜଗା

ଚାଲିଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ପ୍ରଥମ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ନିଜେ ନୀତି ଶେଷ ହେବା ପରେ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀ ବଳଦେବଙ୍କ ପହଣ୍ଡିବିଜେ ନୀତି ।

ଧାଡି ପହଣ୍ଡି ନୀତିରେ ସେବାୟତମାନେ ପ୍ରଭୁ ଶ୍ରୀ ବଳଦେବଙ୍କୁ ରତ୍ନବେଦୀରୁ ରଥକୁ ଘେନି ଆଣୁଛନ୍ତି ।

ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଶ୍ରୀନଅରରୁ ଝୁଲିଝୁଲି ରଥରେ ବିରାଜମାନ ହେବାପାଇଁ ଆସିବାର ଦୃଶ୍ୟରେ ବିମୋହିତ କରିଛି । ବଳଭଦ୍ରଙ୍କ ପରେ ଶ୍ରୀନଅରରୁ ପହଣ୍ଡିରେ ବାହାରିବେ ମା ସୁଭଦ୍ରା । ବଡ଼ଭାଇ ବଳଦେବଙ୍କ ପରେ ପରେ ଭଉଣୀ ସୁଭଦ୍ରା ଦେବଦଳନ ରଥରେ ରଥାରୁଢ଼ ପାଇଁ ପହଣ୍ଡିରେ ବାହାରିବେ ।

Post Views3 Total Count

Apply Now


This will close in 0 seconds

error: Content is protected !!