ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଦେଖିଲେ ଉପମୁଖ୍ୟମନ୍ତ୍ରୀ

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ବାଲେଶ୍ୱର ଜିଲ୍ଲା ଗସ୍ତରେ ଯାଇ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତି । ବନ୍ୟା ଯୋଗୁ ଜିଲ୍ଲାର ୬ଟି ବ୍ଲକ୍‌ର ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ ପ୍ରଭାବିତ ହୋଇଛି।

ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ଏବଂ ଖାଦ୍ୟ ଯୋଗାଣ ଆଦି ପଦକ୍ଷେପ ସହ ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ୍‌ ଓ ଅଗ୍ନିଶମ ବାହିନୀଙ୍କୁ ନିୟୋଜିତ କରାଯାଇଛି।ଏନେଇ ଉପମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ‘ଆଜି ବାଲେଶ୍ୱର ଜିଲ୍ଲା ଗସ୍ତରେ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲି ।’

Post Views18 Total Count

Apply Now


This will close in 0 seconds

error: Content is protected !!