କାରଖାନା ବିସ୍ଫୋରଣରେ ପ୍ରାଣ ହରାଇଥିବା ଓଡିଆଙ୍କ ପରିବାର ପାଇଁ  ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା

ତେଲଙ୍ଗାନାରେ ଏକ  ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣରେ ପ୍ରାଣ ହରାଇଥିବା ଓଡିଆଙ୍କ ପରିବାର ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହାୟତା ରାଶି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରାୟ ୧୦ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ ନେଇ ଘୋଷଣା କରିଛନ୍ତି । ଏହାସହ ରାଜ୍ୟ ସରକାରଙ୍କ ଏକ ଅଧିକାରୀ ଦଳ ଘଟଣାସ୍ଥଳରେ ଉପସ୍ଥିତ ରହି ଉଦ୍ଧାର ଓ ଚିକିତ୍ସା କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି ।ମାନ୍ୟବର ମୁଖ୍ୟମନ୍ତ୍ରୀ ତେଲେଙ୍ଗାନାର ଏକ କାରଖାନାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ବ୍ୟକ୍ତିମାନଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ₹୧୦ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ, ତେଲେଙ୍ଗାନାର ସଙ୍ଗାରେଡ୍ଡୀ ଜିଲାରେ ଥିବା ଏକ ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଥିଲା। ସୋମବାର ସକାଳ ୮ଟା ୧୫ରୁ ୯ଟା ୩୫ମଧ୍ୟରେ କାରଖାନାରେ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ କାରଖାନାର ଏକ ଅଂଶ ଭୁଶୁଡି ପଡିଥିବାର ଭୟଙ୍କର ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ୨୪ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ।

Post Views11 Total Count

Apply Now


This will close in 0 seconds

error: Content is protected !!