ମାତ୍ର ୭ ଦିନ ଭିତରେ ମିଳିଲା ଜାମିନ୍

ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ଶେଷରେ ଜାମିନ ମିଳିଛି। ଖୋର୍ଦ୍ଧା ଜିଲା ଦୌରାଜଜ ତାଙ୍କୁ ଜାମିନ ପ୍ରଦାନ କରିଥିବା ଜଣାପଡିଛି। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ମିଳିଛି ଜାମିନ। ନିକଟରେ BMC ଅଧିକାରୀଙ୍କୁ ମାଡ଼ ଘଟଣାରେ ଜଗନ୍ନାଥ ଗିରଫ ହୋଇଥିଲେ।

ସୂଚନାଯୋଗ୍ୟ,ଭୁବନେଶ୍ୱର ମହାନଗର ନିଗମ (BMC) ଅତିରିକ୍ତ କମିଶନରଙ୍କ ଉପରେ ଆକ୍ରମଣ ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା। ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନୂତନ ସଂହିତା (BNS) ଅଧୀନରେ ୧୧ଟି ଧାରା ଯଥା ୩୩୩, ୧୩୨, ୧୨୧(୧), ୧୨୧(୨), ୩୫୧(୨), ୬୨, ୩୦୪, ୫୪, ୬୧(୨), ୧୮୯(୨), ଓ ୧୯୦/୩(୫) ଅନୁଯାୟୀ ଅଭିଯୋଗ ରୁଜୁ ହୋଇଥିଲା।

Post Views1 Total Count

Apply Now


This will close in 0 seconds

error: Content is protected !!