ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ

ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ । ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟ ଜଗନ୍ନାଥ ପ୍ରଧାନଙ୍କ ଆବେଦନର ଶୁଣାଣି କରି ଜାମିନ ପ୍ରଦାନ କରିଛନ୍ତି । ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ ।

ଗତ ଗୁରୁବାର ଦିନ ରାତିରେ ଜଗା ପ୍ରଧାନ ଭୁବନେଶ୍ବର ଡିସିପି ଅଫିସରେ ଆତ୍ମସମର୍ପଣ କରିଥିଲେ। ଏହାପରେ ତାଙ୍କୁ ଗିରଫ କରିଥିଲା ପୋଲିସ।ଭୁବନେଶ୍ବର FIR, ପୀଡ଼ିତଙ୍କ ବୟାନ ଓ ପ୍ରାଥମିକ ପ୍ରମାଣ ଆଧାରରେ ତାଙ୍କୁ ଗିରଫ କରିଥିଲା ପୋଲିସ । ଜଗାଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ଦଫା ୧୨୧ (୧), ୧୨୧ (୨), ୧୩୨, ୧୮୯(୨), ୧୯୦, ୩(୫), ୩୦୪/ ୩୩୩, ୩୫୧(୨), ୫୪/୬୧(୨) ଏବଂ ଦଫା ୬୨ ଲାଗିଛି ।

Post Views34 Total Count

Apply Now


This will close in 0 seconds

error: Content is protected !!