କଡ଼ା ସୁରକ୍ଷା ଘେରରେ ରାଜଧାନୀ ଭୁବନେଶ୍ୱର

ଆସନ୍ତାକାଲି AIIMS ଭୁବନେଶ୍ଵରର ପଞ୍ଚମ ସମାବର୍ତ୍ତନ ଉତ୍ସବ । ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଅଭିଭାଷଣ ରଖିବା ସହିତ ମୋଟ ୬୪୩ ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ୍ ପ୍ରଦାନ କରିବେ। ସେହିପରି ୩୧ ଜଣ କୃତି ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ବିଭାଗରେ ସଫଳତା ପାଇଁ ୫୯ଟି ସ୍ଵର୍ଣ୍ଣ ପଦକ ପ୍ରଦାନ କରିବେ ମହାମହିମ। ସେପଟେ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପୂର୍ବରୁ ଭୁବନେଶ୍ୱର ଏମ୍ସରେ ସମୀକ୍ଷା ବୈଠକ ବସିଥିଲା। ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଭୁବନେଶ୍ୱର ଡିସିପି ଓ ବରିଷ୍ଠ ପୋଲିସ ଅଧିକାରୀ ସାମିଲ ଥିଲେ। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଟ୍ବିନ ସିଟିରେ ମୋଟ୍ ୯୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ୫୦ରୁ ଅଧିକ ଅଫିସର ନିୟୋଜିତ ହେବେ ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି ହୋଇଛି। ଆଜି ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କାରକେଡ ରିହର୍ସଲ କରାଯିବ ବୋଲି କମିଶନରେଟ ପୋଲିସ୍ ପକ୍ଷରୁ ସୂଚନା ଦିଆଯାଇଛି।

Post Views2 Total Count

Apply Now


This will close in 0 seconds

error: Content is protected !!